ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ।

122

କନକ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ଭୁବନେଶ୍ୱରରେ ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଥିବା ବେଳେ ବିମଖାଲ, ନୟାପଲ୍ଲୀରେ ପାଣି ଜମିରହିଛି । ରାସ୍ତାରେ ପାଣି ଚାଲିବା ଯୋଗୁ ଲୋକେ ଅସୁବିଧାର ସାମ୍ନା କରୁଛନ୍ତି । ତେବେ କାଲି ଲଘୁଚାପ ଥିବା ବେଳେ ୧୦ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ସମୟରେ ୭ରୁ ୨୦ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ରେକର୍ଡ କରାଯାଇପାରେ । ୮ଓ ୯ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳରେ ପାଣି ଜମିବା ସହ କଚ୍ଚା ରାସ୍ତା ଓ କଚ୍ଚା ଘର ପ୍ରଭାବିତ ହେବାର ସମ୍ଭାବନା ରହିଛି । ଅତିପ୍ରବଳ ବର୍ଷା ପ୍ରଭାବରେ ଅସୁରକ୍ଷିତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି । ଚାଷୀଙ୍କୁ ସାମୟିକ ଭାବେ ୧୦ତାରିଖ ଯାଏଁ ଜମିରେ କୀଟନାଶକ, ସାର ଓ ଜଳସେଚନ କରିବା ପାଇଁ ମନା କରାଯାଇଛି ।