ବାତ୍ୟା ‘ମିଗଜୋମ’ ପ୍ରଭାବରେ ଚେନ୍ନାଇରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା: ଘରେ ପଶିଲା ପାଣି, ବୁଡିଗଲା ବଡ ବଡ ଗାଡି

223

କନକ ବ୍ୟୁରୋ: ବାତ୍ୟା ମିଗଜୋମ୍ ପ୍ରଭାବରେ ଚେନ୍ନାଇର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ପ୍ରବଳ ବର୍ଷା ଯୋଗୁ ଅନେକ ସ୍ଥାନରେ ଜଳାର୍ଣ୍ଣବ ପରିସ୍ଥିତି ସୃଷ୍ଟି ହୋଇଛି । ଘର ଭିତରେ ପଶି ଗଲାଣି ବର୍ଷା ପାଣି । ବିଭିନ୍ନ ସ୍ଥାନରେ ରାସ୍ତାରେ ପାଣି ଚାଲୁଛି । ଆଣ୍ଠୁଏ ଉଚ୍ଚର ପାଣି ଚାଲୁଥିବାରୁ ଲୋକେ ନାହିଁନଥିବା ଅସୁବିଧା ଭୋଗୁଛନ୍ତି । ରାସ୍ତାରେ ଉପରେ ଅନେକ ଗାଡି ଅଟକି ରହିଛି । ଆମ୍ବୁଲାନ୍ସ ମଧ୍ୟ ଯିବାରେ ଅସୁବିଧା ସୃଷତ୍ଟି ହୋଇଛି । ବଡ଼ ବଡ଼ ଗାଡି ସହ କାର ଓ ଅଟୋ ମଧ୍ୟ ବୁଡିଯାଇଥିବାର ଦେଖିବାକୁ ମିଳିଛି । ଚେନ୍ନାଇ ଏୟାରପୋର୍ଟ ରନ୍ୱେ ମଧ୍ୟ ବର୍ଷା ପାଣିରେ ବୁଡିଯାଇଛି । ବର୍ଷା ସହ ପବନ ମଧ୍ୟ ହେଉଛି । ଫଳରେ ରାସ୍ତାରେ ଅନେକ ଗଛ ଭାଙ୍ଗି ପଡ଼ିଛି । ରାସ୍ତା ଉପରୁ ଗଛକୁ ବାହାର କରିବା ପାଇଁ ଯୁଦ୍ଧକାଳୀନ ଭିତିରେ ଉଦ୍ୟମ ଆରମ୍ଭ ହୋଇଛି । ବାତ୍ୟା ପ୍ରଭାବରେ ବର୍ଷା ହେଉଥିବାରୁ ଲୋକଙ୍କୁ ସୁରକ୍ଷିତ ରହିବା ପାଇଁ ପରାମର୍ଶ ଦିଆଯାଇଛି ।