ବର୍ଷା ପାଇଁ ସତର୍କ ସୂଚନା: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୩ ଜିଲ୍ଲାରେ ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ! ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଂଜ ୱାର୍ଣ୍ଣିଂ ଜାରି

Advertisment
ଓଡ଼ିଶା ଛୁଇଁବ ମୌସୁମୀ : ୧୦ରୁ ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ; ୧୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଭୟଙ୍କର ସାମୁଦ୍ରିକ ଝଡ଼ ‘ଅମ୍ଫାନ୍’ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର।

ପ୍ରବଳ ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷାକୁ ଥିବା ଏହି ଜିଲ୍ଲାଗୁଡ଼ିକରେ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ବର, ମୟୂରଭଞ୍ଜ, ଖୋର୍ଦ୍ଧା, କଟକ, ପୁରୀ ଏବଂ ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୧ ତାରିଖରେ ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଯାଜପୁର, ଭଦ୍ରକ ଆଉ କେନ୍ଦୁଝରରେ ୨୧ ତାରିଖ ଦିନ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ ହୋଇଛି। ଏହି ଜିଲ୍ଲାଗୁଡ଼କୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe