କନକ ବ୍ୟୁରୋ: ଘୂର୍ଣ୍ଣିବଳୟ ଯୋଗୁଁ ସାରା ଓଡ଼ିଶାରେ ବର୍ଷା ଲାଗିରହିଛି। ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଥିବା ବେଳେ ଦକ୍ଷିଣ ଓ କେନ୍ଦ୍ରୀୟ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। ସ୍ଥାନେ ସ୍ଥାନେ ଅତିପ୍ରବଳ ବର୍ଷା ହେଉଛି। ଦିନତମାମ ଝିପିଝିପି ବର୍ଷା ଲାଗି ରହିଥିବାରୁ ଜନଜୀବନ ବି ପ୍ରଭାବିତ ହେଉଛି। କେଉଁଠି ସହର ଭିତରେ ବର୍ଷା ଜଳ ଢେଉ ଖେଳୁଛି ତ ଆଉ କେଉଁଠି ଆଣ୍ଠୁଏ ଉଚ୍ଚର ପାଣି। ଲୋକେ ଅସ୍ତବ୍ୟସ୍ତ ହୋଇପଡ଼ିଲେଣି। ଘରୁ ବାହାରିବା ବି ମୁସ୍କିଲ ହୋଇପଡ଼ିଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଆଉ ୨୪ ଘଣ୍ଟା ପର୍ଯ୍ୟନ୍ତ ସାରା ଓଡ଼ିଶାରେ ଏଭଳି ସ୍ଥିତି ରହିବ। ଆଜି ୧୩ଟି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ଚେତାବନୀ ଦେଇଛି ପାଣିପାଗ ବିଭାଗ । କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଂଜାମ, ବାଲେଶ୍ୱର, ବଲାଙ୍ଗୀର, ବରଗଡ, ଖୋର୍ଦ୍ଧା, କଟକ ଯାଜପୁର, ଭଦ୍ରକ, ଗଜପତି ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ସକାଳ ୧୦ଟା ୧୫ଲ ଯାଏଁ ସତର୍କ ରହିବାକୁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆହୁରି କୁହାଯାଇଛି ଯେ ଘୂର୍ଣ୍ଣିବଳୟ ଆନ୍ଧ୍ର ମୁହାଁ ହେଉଥିବାରୁ ଆସନ୍ତାକାଲି ସକାଳଠାରୁ ପାଗରେ ପରିବର୍ତନ ଆସିବ। ବର୍ଷା କମିବ। ତେବେ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ କାଁ ଭାଁ ବର୍ଷା ଲାଗିରହିବ। ବିଶେଷକରି ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ରହିବ। କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତେଣୁ ୟେଲୋ ୱାନିଂ ଜାରି ହୋଇଛି। ୨୬ ଓ ୨୭ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ପୁରୀ ଏବଂ ୨୮ ଓ ୨୯ ତାରିଖରେ କନ୍ଧମାଳ, ଗଜପତି, ଗଞ୍ଜାମ, ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ସୁନ୍ଦରଗଡ଼, ଦେବଗଡ଼ ଓ ମୟୁରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ ରହିଛି। ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ତାମିଲନାଡ଼ୁ, ପୁଡୁଚେରି, କାରାଇକେଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୨୫ ତାରିଖରେ କେରଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ କର୍ଣ୍ଣାଟକ, ୨୬ ତାରିଖରେ କୋଙ୍କଣ ଓ ଗୋଆରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg) 
   Follow Us
 Follow Us/kanak/media/post_attachments/wp-content/uploads/2019/09/STORM-750x430.jpg) 
                            
                        
                            
                            /kanak/media/post_attachments/wp-content/uploads/2019/09/Tropical_Storm_Thunder_and_Rain_Sounds_1024x1024-300x169.jpg)
/kanak/media/post_attachments/wp-content/uploads/2019/09/PHOTO-01033403-weather-300x180.jpg)