କାଲିଠୁ ପ୍ରବଳ ବର୍ଷିବ ! ଲଘୁଚାପ ପ୍ରଭାବରେ ଆସନ୍ତାକାଲି ରାଜ୍ୟରେ ବର୍ଷା ସମ୍ଭାବନା: ୧୦ ଜିଲ୍ଲାରେ ପ୍ରବଳ ଛେଚିବ, ହେଲେ କଟକ-ଭୁବନେଶ୍ୱରରେ ମେଘୁଆ ରହିବ ପାଗ

Advertisment
ଓଡ଼ିଶା ଛୁଇଁବ ମୌସୁମୀ : ୧୦ରୁ ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ; ୧୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

କନକ ବ୍ୟୁରୋ: ଆସନ୍ତାକାଲିଠାରୁ ତିନି ଦିନ ଧରି ରାଜ୍ୟରେ ବର୍ଷା ହେବା ସମ୍ଭାବନା ରହିଛି । କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ତେବେ ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି କୁହାଯାଇଛି । ଆସନ୍ତାକାଲିଠାରୁ ଲଘୁଚାପ  ଯୋଗୁଁ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ବିଶେଷ କରି କଳାହାଣ୍ଡି, ବଲାଙ୍ଗୀର, ବରଗଡ, ବୌଦ୍ଧ, କନ୍ଧମାଳ, କୋରାପୁଟ, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ ଓ ମୟୂୁରଭଂଜ ଜିଲ୍ଲାର ଅଧିକ ବର୍ଷାହେବ । ବୌଦ୍ଧ, ଗଂଜାମ, କନ୍ଧମାଳ, କଟକ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ,  କେନ୍ଦୁଝର, ଖୋର୍ଦ୍ଧାରେ ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି  । ଉତର ଓଡିଶାର କିଛି ଜିଲ୍ଲାରେ ହାଲ୍କା ବର୍ଷା ହୋଇପାରେ । କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ଗଜପତିରେ ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ଅନ୍ୟପଟେ ଭୁବନେଶ୍ୱର ଓ କଟକ ସହରରେ ଦୁଇ ଦିନ ମେଘୁଆ ପାଗ ରହିବା ବୋଲି ଅନୁମାନ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe