ଆସନ୍ତା ୪ ଦିନ ବର୍ଷିବ । ଘଡଘଡି ସହ ବଜ୍ରପାତ ନେଇ ଚେତାବନୀ, ଜାଣନ୍ତୁ କେଉଁ ଜିଲ୍ଲାରେ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା ।

2,869

କନକ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ଅଂଚଳରେ ଅବସ୍ଥିତ ରହିଛି । ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି । ଆଜି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ବାଲେଶ୍ୱର, କେନ୍ଦୁଝର, ମୟୂରଭଂଜ, ଯାଜପୁର, କଟକ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ଆଜିଠାରୁ ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସହ କିଛି ଜାଗାରେ ଘଂଟାପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିପାରେ ।