କନକ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର ।

Advertisment

ପ୍ରବଳ ବର୍ଷାର ସମ୍ଭାବନା ଭିତରେ ରାଜ୍ୟର ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୫ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ଉତର-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ବାହାରକୁ ଯିବା ବେଳେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଏସବୁ ଭିତରେ ଉପରମୁଣ୍ଡରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଖୋଲିବ ହୀରାକୁଦ ଡ୍ୟାମ । ଏନେଇ ସୂଚନା ଦେଇଛନ୍ତି ହୀରାକୁଦ ଡ୍ୟାମର ମୁଖ୍ୟଯନ୍ତ୍ରୀ । ଦୁଇ ପାଶ୍ୱର୍ରୁ ଗୋଟିଏ ଗୋଟିଏ ଲେଖାଏଁ ଖୋଲିବ ଗେଟ୍ । ଆଜି ଅପରାହ୍ଣ ୪ଟାରେ ହୀରାକୁଦ ଡ୍ୟାମ ଖୋଲିବା ନେଇ ରହିଛି ସୂଚନା ।