ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

Advertisment
ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ନୟାଗଡ଼, ଖୋର୍ଧା, କଟକ, କନ୍ଧମାଳ, ମାଲକାନଗିରି, କୋରାପୁଟ, ଜଗତସିଂହପୁର,ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପୁରୀ, ବୌଦ୍ଧ, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, କେନ୍ଦୁଝର, ରାୟଗଡ଼ା, ଗଜପତି, ବାଲେଶ୍ବର, ନୂଆପଡ଼ା, ନବରଙ୍ଗପୁର, ଅନୁଗୁଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୮ରୁ ୧୯ ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୁବର୍ଣ୍ଣପୁର, ଅନୁଗୁଳ, ନୂଆପଡ଼ା ଓ ବଲାଙ୍ଗୀର ଆଦି  ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏଯାବତ ତାଳଚେରରେ ୩୫.୮ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ‌ବେଳେ ଫୁଲବାଣୀରେ ୧୯.୦ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe