କନକ ବ୍ୟୁରୋ : ଗତ ୨ ଦିନ ହେବ ରାଜ୍ୟରେ ବର୍ଷାର ପ୍ରକୋପ ଦେଖିବାକୁ ମିଳିଛି । ଏବେ ବି ବର୍ଷା ବିତ୍ପାତ ଶେଷ ହୋଇନି । ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଉତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ତେଣୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ରେଡ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର,ଦେଓଗଡ. ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲ୍ଲା । ୭ରୁ ୨୦ ସେଂଟିମିଟର ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାର ତଳିଆ ଅଂଚଳରେ ପାଣି ପଶିବା ସମ୍ଭାବନା ରହିଛି । ଏଭଳିକି ପାହାଡିଆ ଅଂଚଳରେ ଭୁସ୍ଖଳନ ହେବାର ଆଶଙ୍କା ରହିଛି । ଆସନ୍ତାକାଲି ଠାରୁ ବର୍ଷାର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଢ଼େଙ୍କାନାଳ, ମୟୂରଭଂଜ, ନ୍ରୂଆପଡ଼ା, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ୱର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର, ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷ କାରଣରୁ ନଦୀରେ ଜଳସ୍ତର ବୃଦ୍ଧି ପାଇବ । ଏସବୁ ଭିତରେ ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ଏସଆରସି । ଜିଲ୍ଲାପାଳଙ୍କ ସହ ଆଲୋଚନା ବର୍ଷା ପ୍ରଭାବିତଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/08/7.jpg)