ଆସନ୍ତା ୨୭ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ । ପଢନ୍ତୁ କେଉଁ ସବୁ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ ।

2,922

କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ପ୍ରଭାବରେ ଆସନ୍ତାକାଲି ଯାଏଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ରାତି ୮ଟା ୩୦ରୁ ଆସନ୍ତାକାଲି ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ, ଏନେଇ ସତର୍କ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ସେହିପରି ୨୬ ତାରିଖ ରାତି ୮ଟା ୩୦ରୁ ୨୭ ତାରିଖ ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ୱର,ଭଦ୍ରକ ଏବଂ ମୟୂରଭଞ୍ଜକୁ ମଧ୍ୟ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି ।

ଏପଟେ ମତ୍ସ୍ୟଜୀବିଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି । ଘୂର୍ଣ୍ଣିଝଡ଼ ପ୍ରଭାବ ଯୋଗୁଁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବିଙ୍କୁ ସମୁଦ୍ରକୁ ନଯିବାକୁ ସତର୍କ ସୂଚନା ଜାରି କରାଯାଇଛି । ଏପରିକି ଯେଉଁ ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ସେଠାକାର ପ୍ରଶାସନ ପ୍ରସ୍ତୁତ ରହିବା ସହ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ପରାମର୍ଶ ଦେଇଛନ୍ତି ।