କନକ ବ୍ୟୁରୋ : ଫେରିଲା ଶୀତ । ଗତକାଲି ଠାରୁ ସାରା ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ପାଣିକୁ ଛୁଇଁବା କଷ୍ଟକର ହୋଇପଡ଼ୁଛି । ଉତ୍ତରରୁ ଉପାନ୍ତ ପର୍ଯ୍ୟନ୍ତ ସବୁଠି ଥରିବ। ଅସ୍ତବ୍ୟସ୍ତ କରିପକାଇବ ଥଣ୍ଡା । ସମୟରେ କେତେକ ସ୍ଥାନରେ ତୁଷାରପାତ ହେବାର ଆଶଙ୍କା ରହିଛି । ତାହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଆଲର୍ଟ ଜାରି କରାଯାଇଛି । ଥଣ୍ଡା ଉପରେ ରାଜ୍ୟ ସରକାର ଦୃଷ୍ଟି ରଖିବାକୁ ପରାମର୍ଶ ଦିଆଯାଇଛି ।
Kanak News is now on WhatsApp
Join and get latest news updates delivered to you via WhatsApp
ଅନ୍ୟପକ୍ଷରେ ପ୍ରବଳ ଥଣ୍ଡାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଫେବ୍ରୁଆରି ୧ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ଅର୍ଧାଧିକ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଉପକୂଳ ଓଡ଼ିଶାକୁ ଛାଡ଼ି ଅନ୍ୟ ସମସ୍ତ ସ୍ଥାନରେ ରାତିର ପାରଦ ବହୁ ପରିମାଣରେ ହ୍ରାସ ପାଇବ । ଦାରିଙ୍ଗବାଡ଼ି, କୋରାପୁଟ, ଅନୁଗୁଳ, କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ତୁଷାରପାତ ହେବାର ଆଶଙ୍କା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ୧୬ ଜିଲ୍ଲା ଯଥା-ନବରଙ୍ଗପୁର, ନୂଆପଡ଼ା, ବରଗଡ଼, କଳାହାଣ୍ଡି, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କନ୍ଧମାଳ, ବୌଦ୍ଧ, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲା ପାଇଁ ସତର୍କ ସୂଚନା ଜାରି ହୋଇଛି । ସନ୍ଧ୍ୟା ୬ଟାରୁ ସକାଳ ୮ଟା ପର୍ଯ୍ୟନ୍ତ ପ୍ରବଳ ଥଣ୍ଡା ଲାଗିରହିବ । ଜନଜୀବନ ପ୍ରଭାବିତ ହେବ । ରାତିର ହାରାହାରି ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ କମ୍ ରହିବ । ତେଣୁ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି ।