ହେମନ୍ତ ସୋରେନଙ୍କୁ ୧୫ ଦିନିଆ ରିମାଣ୍ଡରେ ନେବ ଇଡି, କୋର୍ଟରେ ଆଜି ହେବେ ହାଜର

Advertisment
ହେମନ୍ତ ସୋରେନଙ୍କୁ ୧୫ ଦିନିଆ ରିମାଣ୍ଡରେ ନେବ ଇଡି, କୋର୍ଟରେ ଆଜି ହେବେ ହାଜର

କନକ ବ୍ୟୁରୋ: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଗିରଫ ହେବା ପରେ ରାଜ୍ୟରେ ରାଜନୈତିକ ପରିବର୍ତ୍ତନ ଆରମ୍ଭ ହୋଇଛି । ଗୋଟିଏ ପଟେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ହେମନ୍ତ ସୋରେନଙ୍କୁ କୋର୍ଟରେ ହାଜର କରିବ। ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ଚମ୍ପାଇ ସୋରେନ୍ । ବୁଧବାର ରାତିରେ ହେମନ୍ତ ସୋରେନ ରାଜଭବନରେ ପହଞ୍ଚି ଇସ୍ତଫା ପତ୍ର ପ୍ରଦାନ କରିବା ପରେ ଇଡି ତାଙ୍କୁ ଗିରଫ କରିଥିଲା। ଇଡି ହେମନ୍ତ ସୋରେନଙ୍କୁ ୧୫ ଦିନ ରିମାଣ୍ଡରେ ନେଇପାରେ ବୋଲି ସୂଚନା ରହିଛି ।

ହେମନ୍ତ ସୋରେନଙ୍କ ଗିରଫ ହେବା ପରେ ବିରୋଧୀ ଦଳ ଆଇଏନଡିଏ ବ୍ଲକର ଶୀର୍ଷ ନେତା ବୁଧବାର ସନ୍ଧ୍ୟାରେ ବୈଠକ କରି ଉପୁଜିଥିବା ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ ସୋନିଆ ଗାନ୍ଧୀ, ସିପିଆଇ(ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ, ଏନସିପି ସୁପ୍ରିମୋ ଶରଦ ପାୱାର ଏବଂ ଡିଏମକେ ନେତା ଟିଆର ବାଲୁ ପ୍ରମୁଖ ଯୋଗ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe