କରୋନା : ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୮୪୦ କରୋନା ନମୁନା ପରୀକ୍ଷା

86

କନକ ବ୍ୟୁରୋ : ପୁଣି ୫୦ ହଜାରରୁ କମ୍ ହେଲା ରାଜ୍ୟରେ କୋଭିଡ୍‌ ନମୁନା ପରୀକ୍ଷା । ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ କରାଯାଉଥିବା ପରିଲକ୍ଷିତ ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୮୪୦ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟି-ପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନାଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି।

ଏଥିମଧ୍ୟରୁ ୬,୧୮୫ଟି ଆରଟି-ପିସିଆର ଏବଂ ୩୫,୫୫୦ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନାଟ୍‌ରେ ୧୦୫ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ଘଣ୍ଟାରେ କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୬୯୯୬ଟି କରୋନା ନମୁନା ପରୀକ୍ଷା କରାଯାଇଛି।

ସୂଚନାଯୋଗ୍ୟ ପୂର୍ବ ଦିନ ୨୪ଘଣ୍ଟାରେ ରାଜ୍ୟରେ ୪୧,୫୬୭ କରୋନା ନମୁନା ପରୀକ୍ଷା କରାଯାଇଥିଲା । ଏଥିମଧ୍ୟରୁ ୪,୭୧୮ଟି ଆରଟି-ପିସିଆର ଏବଂ ୩୬,୭୭୭ ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନାଟ୍‌ରେ ୭୨ଟି କରୋନା ନମୁନା ପରୀକ୍ଷା କରାଯାଇଥିଲା।

ଉଲ୍ଲେଖଯୋଗ୍ୟ, ଦେଶରେ ବୃଦ୍ଧି ପାଇ ଚାଲିଥିବା କରୋନାଭାଇରସ୍‌ ବା କୋଭିଡ୍‌- ୧୯ ମହାମାରୀ ଉପରେ ଲଗାମ୍‌ ଲଗାଇବା ପାଇଁ ଉଚ୍ଚ ପରୀକ୍ଷଣ ହେଉଛି କରୋନା ରଣନୀତିର ଏକ ଅବିଚ୍ଛେଦ୍ୟ ଅଙ୍ଗ। ପ୍ରତ୍ୟେକ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରିବା ହେଉଛି କୋଭିଡ୍‌ ନମୁନା ପରୀକ୍ଷାର ଲକ୍ଷ୍ୟ।