କନକ ବ୍ୟୁରୋ: ଡିସେମ୍ବର ପାଇଁ ରାଜ୍ୟ ସରକାର ଜାରି କଲେ ଗାଇଡଲାଇନ । ୧ ଜାନୁଆରୀ ୨୦୨୨ ପର୍ଯ୍ୟନ୍ତ କଟତଣା ଲାଗୁ ରହିବ । ରାତି ୧୦ରୁ ସକାଳ ୫ ଯାଏଁ ସହରାଞ୍ଚଳ ନାଇଟ କର୍ଫ୍ୟୁ ବଳବତ୍ତର ରହିବ । ରାଜ୍ୟର କୌଣସି ସ୍ଥାନରେ ସପ୍ତାହନ୍ତ ସଟଡାଉନ ଲାଗୁ ହେବନି । ପ୍ରଦର୍ଶନୀ, ଏକ୍ସପୋ, ମେଳା ଓ ବାଣିଜ୍ୟ ଉପରେ କଟକଣା ଲାଗୁ ହୋଇଛି । ସେହିପରି କ୍ଲବ କନଭେନ୍ସନ ହଲ, କଲ୍ୟାଣ ମଣ୍ଡପରେ ଜନସମାଗମ ମନା ହୋଇଛି ।
ସେହିପରି ନୂଆବର୍ଷକୁ ସ୍ୱାଗତ କରିବାକୁ ହେବନି କୌଣସି କାର୍ଯ୍ୟକ୍ରମ । ଜିରୋ ନାଇଟ ସେଲିବ୍ରେସନ ଉପରେ କଟକଣା ଲଗାଇଲେ ସରକାର । ନୂଆ ବର୍ଷରେ ସର୍ବସାଧାରଣ ସ୍ଥାନରେ ପିକନିକ ଉପରେ ବି କଟକଣା ଲଗାଯାଇଛି । ହୋଟେଲ, ରେଷ୍ଟୁରାଣ୍ଟ, ପାର୍କରେ ଏକାଠି ହେବା ମନା ହୋଇଛି । ୩୧ ଡିସେମ୍ବର ଓ ୧ ଜାନୁଆରୀ ପାଇଁ ଏହି କଟକଣା ରହିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/11/27-34.jpg)