କନକ ବ୍ୟୁରୋ : ବିଧାସଭା ଆଗରେ ହାଇଡ୍ରାମା । କିରୋସିନ ଢାଳି ସ୍ୱାମୀ, ସ୍ତ୍ରୀଙ୍କ ଆତ୍ମହୁତି ଉଦ୍ୟମ । ବିଧାନସଭା ଅଧିବେଶନ ଚାଲୁଥିବା ବେଳେ ମୁଖ୍ୟ ଫାଟକ ଆଗରେ ଆଜି ଏପରି ଘଟଣା ଦେଖିବାକୁ ମିଳିଛି । ଆତ୍ମହତ୍ୟା ଉଦ୍ୟମ ବେଳେ ଉଭୟଙ୍କୁ ପୁଲିସ କାବୁ କରିଥିବା ବେଳେ କିରୋସିନ ଓ ଦିଆସିଲ ଜବତ କରାଯାଇଛି । ଆତ୍ମହତ୍ୟା ଉଦ୍ୟମ କରୁଥିବା ଦମ୍ପତି ନୟାଗଡର ବୋଲି ଜଣାପଡିଛି ।
ତେବେ ୫ ବର୍ଷର ଝିଅ ହତ୍ୟା ମାମଲାରେ ନ୍ୟାୟ ନପାଇବାରୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତାଙ୍କ ଝିଅ ପରିକୁ ମାରିଦିଆଯାଇଛି । କିଡନୀ, ଆଖି ବିକି ଦେଇଛନ୍ତି ହତ୍ୟାକାରୀ । ହେଲେ ଏଯାଏ ଅଭିଯୁକ୍ତକୁ ଗିରଫ କରାଯାଉନି ନାହିଁ । ନ୍ୟାୟ ନମିଳିଲେ ଆତ୍ମହତ୍ୟା କରିବେ ବୋଲି ଦମ୍ପତି କହିଛନ୍ତି ।
ସେପଟେ ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଗୁଇନ୍ଦା କଣ କରୁଥିଲା,ପୁଲିସ କଣ କରୁଥିଲା ବୋଲି ସେ ପ୍ରଶ୍ନ ଉଠାଇଛନ୍ତି । ଆମେ କ’ଣ ସୁରକ୍ଷିତ ତ, ଆମକୁ ସୁରକ୍ଷା ଦିଆଯାଉ । କିଏ ବୋମା ପକାଇଲେ କ’ଣ ହେବ ?
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/11/9-30.jpg)