ଆଉ ଦୁଇ ଦିନ କଲବଲ କରିବ ଗୁଳୁଗୁଳି । ୨୦ ତାରିଖରୁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । 

279

କନକ ବ୍ୟୁରୋ: ଆହୁରି ଦୁଇ ଦିନ କଲବଲ କରିବ ଗୁଳୁଗୁଳି । ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ୨୦ ତାରିଖରୁ ବିଭିନ୍ନ ସ୍ଥାନରେ ବର୍ଷା ବଢିବା ସହ ସ୍ଥିତିରେ ପରିବର୍ତନ ଆସିବ । ଏହି ଦୁଇ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ଅପରାହ୍ନରେ କାଳବୈଶାଖୀ ହେବାର ସମ୍ଭାବନା ଥିଲେ ବି ଗୁଳୁଗୁଳି ଜାରି ରହିବ ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ହୋଇପାରେ । ଅପରାହ୍ଣରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ଖୋର୍ଦ୍ଧା ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ସମାନ ସ୍ଥିତି ଦେଖାଦେଇପାରେ ।