କନକ ବ୍ୟୁରୋ : ମୌସୁମୀ ବର୍ଷା ଯୋଗୁଁ ବଢୁଛି ହୀରାକୁଦ ଜଳସ୍ତର । ଆଜି ହୀରାକୁଦର ୫ ଗେଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ସକାଳ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯିବ । ବାମ ପାର୍ଶ୍ବର ୩ଟି ଏବଂ ଡାହାଣ ପାର୍ଶ୍ବର ୨ଟି ଗେଟ୍‌, ସର୍ବମୋଟ ୫ଟି ଗେଟ୍ ପ୍ରାୟ ୭୫ ହଜାର କ୍ୟୁସେକ୍ ବନ୍ୟାଜଳ ମହାନଦୀରେ ନିଷ୍କାସନ କରାଯିବ ବୋଲି ମୁଖ୍ୟଯନ୍ତ୍ରୀ ତଥା ଉପର ମହାନଦୀ ଅବବାହିକା ପରିଚାଳକ ଆନନ୍ଦ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।

Advertisment

ଶୁକ୍ରବାର ସନ୍ଧ୍ୟା ୬ଟାରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୩.୫୮ଫୁଟ୍‌ରେ ପହଂଚିଥିବା ବେଳେ ଶନିବାର ଏହି ସମୟରେ ଜଳସ୍ତର ୬୧୪.୪୩ ଫୁଟ୍‌ରେ ପହଂଚିଛି । ଏହି ସମୟରେ ଜଳଭଣ୍ଡାରକୁ ୬୪,୮୦୦ କ୍ୟୁସେକ୍ ଜଳପ୍ରବେଶ କରୁଥିବା ବେଳେ ୪୦,୭୨୫ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା । ସେଥିରୁ ୩୭,୩୭୮ କ୍ୟୁସେକ୍ ଜଳ ପାୱାର ଚାନେଲ ଦେଇ ମହାନଦୀରେ ନିଷ୍କାସିତ ହେଉଥିବା ବେଳେ ୩୦୭୩ କ୍ୟୁସେକ୍ ଜଳସେଚନ ନିମନ୍ତେ କେନାଲଗୁଡ଼ିକରେ ଛଡ଼ାଯାଇଛି । ରବିବାର ସକାଳେ ଜଳସ୍ତର ୬୧୫ ଫୁଟ୍ ଅତିକ୍ରମ କରିବା ନେଇ ଆକଳନ କରାଯାଉଛି । ଗତ ବର୍ଷ ୧୮ ଜୁଲାଇରେ ସେହି ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା ।