ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି । କାଲିର ‘ଭାରତ ବନ୍ଦ’କୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ନିର୍ଦ୍ଦେଶ ।

Advertisment
ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି । କାଲିର ‘ଭାରତ ବନ୍ଦ’କୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ନିର୍ଦ୍ଦେଶ ।

କନକ ବ୍ୟୁରୋ: ଭାରତ ବନ୍ଦ ନେଇ ସତର୍କ ରହିବାକୁ ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଚିଠି । ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲା ରାଜ୍ୟ ଗୃହ ବିଭାଗ । କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏଁ ବନ୍ଦ ପାଳନ କରିବେ ଚାଷୀ ସଂଗଠନ । ବନ୍ଦ ବେଳେ ଗାଡ଼ି-ମଟର ଓ ଟ୍ରେନ୍ ଅଟକାଇବା ଆଶଙ୍କା । ପରିସ୍ଥିତିକୁ ଦୃଷ୍ଟିରେ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ।

ଏପରିକି ଆନ୍ଦୋଳନକାରୀ କାଲି ବନ୍ଦ ବେଳେ ସରକାରୀ ଦଫ୍ତର ଏବଂ ଅନ୍ୟ କାର୍ଯ୍ୟାଳୟ ଗୁଡ଼ିକ ବନ୍ଦ କରିବାକୁ ଚେଷ୍ଟା କରିପାରନ୍ତି । ତେଣୁ ପରିସ୍ଥିତିକୁ ନଜରରେ ରଖି ଆଗୁଆ ସତର୍କ ରୁହନ୍ତୁ ଯେପରିକି ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିବ ଏବଂ କୌଣସି ସ୍ଥାନରେ ଯେପରି ବିଶୃଙ୍ଖଳା ନହୁଏ ସେନେଇ ନଜର ରଖିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଜରିଆରେ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ଗୃହ ବିଭାଗ । ଏହା ପୂର୍ବରୁ କେନ୍ଦ୍ର ସରକାର ମଧ୍ୟ ରାଜ୍ୟ ଗୁଡ଼ିକୁ କାଲିର ଭାରତ ବନ୍ଦ ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe