ଗୋଟିଏ ମଞ୍ଚରେ ନବୀନ-ଶାହା । ଲୋକସେବା ଭବନରେ ୨ଟି ଏନଏଚ୍ ପ୍ରକଳ୍ପର କଲେ ଉଦଘାଟନ

363

କନକ ବ୍ୟୁରୋ : ଗୋଟିଏ ମଞ୍ଚରେ ନବୀନ-ଶାହା । ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଉଭୟ ନବୀନ-ଶାହାଙ୍କୁ ମଞ୍ଚ ସେୟାର କରିଥିବାର ଦେଖିବାକୁ ମିଳିଛି । ଲୋକସେବା ଭବନରେ ୨ଟି ଏନଏଚ ପ୍ରକଳ୍ପର ଉଦଘାଟନ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋଟେରରୁ ବାନେଇ ରାସ୍ତାର ସମ୍ପ୍ରସାରଣ ପ୍ରକଳ୍ପର ଶୁଭାରମ୍ଭ ସହ କାମାକ୍ଷାନଗର-ଡୁବୁରି ୪ ଥାକିଆ ରାସ୍ତାର ଉଦଘାଟନ କରିଛନ୍ତି ।

ଏହି କାର୍ଯ୍ୟକ୍ରମ ପରେ ରାଜ୍ୟ ସରକାରଙ୍କ ସହ ବୈଠକ କରିବେ କେନ୍ଦ୍ର ଗୃହମନ୍ତ୍ରୀ । ନକ୍ସଲ ଦମନ ଓ ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ ଶାହ । ତାପରେ ଶାହ ରାଜ୍ୟ ବିଜେପି କାର୍ଯ୍ୟାଳୟକୁ ଯିବେ । କାର୍ଯ୍ୟାଳୟରେ ଭବ୍ୟ ସ୍ୱାଗତ କରାଯିବା ପାଇଁ ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି । ସେଠାରେ ଦଳୀୟ ବୈଠକରେ ଉପସ୍ଥିତ ରହିବେ ଅମିତ ଶାହ । ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ଏକ ରୁଦ୍ଧଦ୍ୱାର ବୈଠକରେ ଦଳୀୟ କାର୍ଯ୍ୟକର୍ତା ଓ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିବେ । ଏହି ବୈଠକରେ ଆଗାମୀ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା ସହ ଆଗାମୀ କାର୍ଯ୍ୟକ୍ରମ ଓ ରଣନୀତି ପ୍ରସ୍ତୁତି କରାଯିବ ।