ଆଜି କେମିତି କଟିବ ଦିନ? ଜାଣନ୍ତୁ...

Advertisment

ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ । ଖର୍ଚ୍ଚ ବଢ଼ିପାରେ । ଅପମାନଜନକ ପରିସ୍ଥିତି ଉପୁଜିପାରେ । କାର୍ଯ୍ୟକ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖୀନ ହେବେ । ଆର୍ଥିକ କାରବାରରେ ତଥା ଅନ୍ୟ ସହ କଥାବର୍ତ୍ତା ସମୟରେ ସତର୍କତା ଅବଲମ୍ବନୀୟ । ଦିବା ୦୯ା୨୫ ଗତେ କାର୍ଯ୍ୟରେ ସଫଳତା ମିଳିବ । ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ । ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ ।

ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ । ଖର୍ଚ୍ଚ ବଢ଼ିପାରେ । ଅପମାନଜନକ ପରିସ୍ଥିତି ଉପୁଜିପାରେ । କାର୍ଯ୍ୟକ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖୀନ ହେବେ । ଆର୍ଥିକ କାରବାରରେ ତଥା ଅନ୍ୟ ସହ କଥାବର୍ତ୍ତା ସମୟରେ ସତର୍କତା ଅବଲମ୍ବନୀୟ । ଦିବା ୦୯ା୨୫ ଗତେ କାର୍ଯ୍ୟରେ ସଫଳତା ମିଳିବ । ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ । ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ ।

Horoscope

Horoscope Photograph: (KanakNews)

ପ୍ରଥମେ ଆଜିର ତିଥି ଓ ପର୍ବଦିବସ ବିଷୟରେ ଜାଣିବା । ଆଜି ପୌଷ ଶୁକ୍ଳ ୧୪ଶୀ ସନ୍ଧ୍ୟା ୬:୫୩:୪୭ ଗତେ ପୂର୍ଣ୍ଣିମା ତିଥି । ବୃଷ ଚନ୍ଦ୍ର ଦିବା ୯:୨୫ ଗତେ ମିଥୁନ ଚନ୍ଦ୍ର । ମୃଗଶିରା ରାତ୍ରି ୮:୦୪:୧୨ ଗତେ ଆର୍ଦ୍ରା ନକ୍ଷତ୍ର । ଆଜି ଶିବ ଚତୁର୍ଦ୍ଦଶୀ ଓ ବେଢ଼ା ପରିକ୍ରମା, ପୌର୍ଣ୍ଣମୀ ବ୍ରତ । ଆଜିର ନିଷିଦ୍ଧ ଖାଦ୍ୟ: ବିରି, ତୈଳ ସନ୍ଧ୍ୟା ୦୬:୫୩:୪୭ ଗତେ ଆମିଷ, ତୈଳ । 
.....................
ମେଷ: ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ । ଖର୍ଚ୍ଚ ବଢ଼ିପାରେ । ଅପମାନଜନକ ପରିସ୍ଥିତି ଉପୁଜିପାରେ । କାର୍ଯ୍ୟକ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖୀନ ହେବେ । ଆର୍ଥିକ କାରବାରରେ ତଥା ଅନ୍ୟ ସହ କଥାବର୍ତ୍ତା ସମୟରେ ସତର୍କତା ଅବଲମ୍ବନୀୟ । ଦିବା ୦୯ା୨୫ ଗତେ କାର୍ଯ୍ୟରେ ସଫଳତା ମିଳିବ । ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ । ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ । ବାଣିଜ୍ୟ-ବ୍ୟବସାୟରେ ଉନ୍ନତି ହେବ । ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି । ପରିବାରରେ ସୁଖଶାନ୍ତିର ବାତାବରଣ ରହିବ । ଭାଇଠାରୁ ଓ ବନ୍ଧୁବର୍ଗରୁ ସହଯୋଗ ମିଳିବ । 
.....................
ବୃଷ: ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ । ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି । ଭାଗ୍ୟୋଦୟ ହେବାର ସମ୍ଭାବନା ଅଛି । ଦିନଟି ସବୁ ଦୃଷ୍ଟିରୁ ଭଲରେ କଟିଲେ ମଧ୍ୟ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ । ଦିବା ୦୯ା୨୫ ଗତେ ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ । ଖର୍ଚ୍ଚ ବଢ଼ିପାରେ । ଅପମାନଜନକ ପରିସ୍ଥିତି ଉପୁଜିପାରେ । କାର୍ଯ୍ୟକ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖୀନ ହେବେ । ଆର୍ଥିକ କାରବାରରେ ତଥା ଅନ୍ୟ ସହ କଥାବର୍ତ୍ତା ସମୟରେ ସତର୍କତା ଅବଲମ୍ବନୀୟ । 
.....................
ମିଥୁନ: ଦୂରଯାତ୍ରା ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି । ଯାନବାହନରେ କିମ୍ବା ମେଡିକାଲରେ ଅଧିକ ଖର୍ଚ୍ଚ ହୋଇପାରେ । ନୂତନ ଦ୍ରବ୍ୟ କ୍ରୟ ବା ସତ୍‌କାର୍ଯ୍ୟରେ ଦାନ କରିପାରନ୍ତି । ଦାମ୍ପତ୍ୟ ଜୀବନ ମଧୁର ରହିବ । ପରିବେଶ ସହ ଖାପ ଖୁଆଇ ଚଳନ୍ତୁ । ଦିବା ୦୯ା୨୫ ଗତେ ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ । ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି । ଭାଗ୍ୟୋଦୟ ହେବାର ସମ୍ଭାବନା ଅଛି । ଦିନଟି ସବୁ ଦୃଷ୍ଟିରୁ ଭଲରେ କଟିଲେ ମଧ୍ୟ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ । 

ମଣ୍ଡି ସମସ୍ୟା ଭିତରେ ରାଜ୍ୟରେ ଧାନ କିଣା ସମ୍ପର୍କରେ ତଥ୍ୟ ରଖିଲେ ସରକାର: ୧୮ଟି ଜିଲ୍ଲାରେ ଜାରି ରହିଛି ଧାନ ସଂଗ୍ରହ

.....................
କର୍କଟ: ମନର ଆଶା ପୂରଣ ହେବ । ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ । ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି । ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ । ଭାଇ ଓ ବନ୍ଧୁ ମହଲରୁ ସହଯୋଗ ପାଇବେ । ଦିବା ୦୯ା୨୫ ଗତେ ଦୂରଯାତ୍ରା ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି । ଯାନବାହନରେ କିମ୍ବା ମେଡିକାଲରେ ଅଧିକ ଖର୍ଚ୍ଚ ହୋଇପାରେ । ନୂତନ ଦ୍ରବ୍ୟ କ୍ରୟ ବା ସତ୍‌କାର୍ଯ୍ୟରେ ଦାନ କରିପାରନ୍ତି । ଦାମ୍ପତ୍ୟ ଜୀବନ ମଧୁର ରହିବ । ପରିବେଶ ସହ ଖାପ ଖୁଆଇ ଚଳନ୍ତୁ । 
.....................
ସିଂହ: କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ । କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ । ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ । ଆର୍ଥିକ କାରବାରରେ ଲାଭ ଯୋଗ ରହିଛି । ଦିବା ୦୯ା୨୫ ଗତେ ମନର ଆଶା ପୂରଣ ହେବ । ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ । ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି । ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ । ଭାଇ ଓ ବନ୍ଧୁ ମହଲରୁ ସହଯୋଗ ପାଇବେ । 
.....................
କନ୍ୟା: ଅସୁସ୍ଥତା, ମାନସିକ ଅବସାଦ, ଆବଦ୍ଧ ଯୋଗ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ । ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ । ଦୂରଯାତ୍ରା ନ କରିବା ଭଲ । ପେଟର ସ୍ବାସ୍ଥ୍ୟ ପ୍ରତି ସାବଧାନ ରହନ୍ତୁ । ଦିବା ୦୯ା୨୫ ଗତେ କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ । କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ । ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ । ଆର୍ଥିକ କାରବାରରେ ଲାଭ ଯୋଗ ରହିଛି । 

ବିଦ୍ୟୁତ ତାର ନେଲା ଶିଶୁର ଜୀବନ: ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

.....................
ତୁଳା: ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ । କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ । କୌଣସି ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ । ନିଜ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ । ଜରୁରୀ କାମ ନ ଥିଲେ ବାହାରକୁ ନ ଯିବା ଏବଂ ଯଥାସମ୍ଭବ ମୌନବ୍ରତ ଅବଲମ୍ବନ କରିବା ଭଲ । ଦିବା ୦୯ା୨୫ ଗତେ ଅସୁସ୍ଥତା, ମାନସିକ ଅବସାଦ, ଆବଦ୍ଧ ଯୋଗ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ । ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ । ଦୂରଯାତ୍ରା ନ କରିବା ଭଲ । ପେଟର ସ୍ବାସ୍ଥ୍ୟ ପ୍ରତି ସାବଧାନ ରହନ୍ତୁ । 
.....................
ବିଛା: ସୁଖସମ୍ପଦ ଲାଭ ହେବ । ପରିବାରରେ ବା ବନ୍ଧୁମେଳରେ ସୁଖାଦ୍ୟ ଭୋଜନର ସମ୍ଭାବନା ରହିଛି । ଯାନବାହନରେ ସୁଖ ପାଇବେ । ନୂତନ ପୋଷାକ କ୍ରୟ କରିପାରନ୍ତି । ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି । ନିଜର କୃତିତ୍ବ ପାଇଁ ସମ୍ମାନିତ ହେବେ । ଦିବା ୦୯ା୨୫ ଗତେ ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ । କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ । କୌଣସି ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ । ନିଜ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ । ଜରୁରୀ କାମ ନ ଥିଲେ ବାହାରକୁ ନ ଯିବା ଏବଂ ଯଥାସମ୍ଭବ ମୌନବ୍ରତ ଅବଲମ୍ବନ କରିବା ଭଲ । 
.....................
ଧନୁ: ଆର୍ଥିକ କାରବାରରେ ଲାଭ ମିଳିବ । ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ । ବ୍ୟବସାୟ-ବାଣିଜ୍ୟରେ ଉନ୍ନତି ଘଟିବ । ଚାକିରି କ୍ଷେତ୍ରରେ ଉପଯୁକ୍ତ ମର୍ଯ୍ୟାଦା ମିଳିବ । ପରିଶ୍ରମର ମନୋବାଞ୍ଛିତ ଫଳ ମିଳିବ । ଦିବା ୦୯ା୨୫ ଗତେ ସୁଖସମ୍ପଦ ଲାଭ ହେବ । ପରିବାରରେ ବା ବନ୍ଧୁମେଳରେ ସୁଖାଦ୍ୟ ଭୋଜନର ସମ୍ଭାବନା ରହିଛି । ଯାନବାହନରେ ସୁଖ ପାଇବେ । ନୂତନ ପୋଷାକ କ୍ରୟ କରିପାରନ୍ତି । ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି । ନିଜର କୃତିତ୍ବ ପାଇଁ ସମ୍ମାନିତ ହେବେ । 
.....................
ମକର: ଦୁଃଖ, ଯାତନା ସହ ମାନସିକ ଉଦ୍‌ବେଗ ଦେଖାଦେଇପାରେ । ଯାତ୍ରାରେ ଓ କାର୍ଯ୍ୟରେ ବିଘ୍ନ ଉପୁଜିବ । ନୂତନ କାର୍ଯ୍ୟରେ ହାତ ନ ଦେଇ ପୁରାତନ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରନ୍ତୁ । ଅଯଥା ଭାବପ୍ରବଣତାରୁ ଦୂରରେ ରହନ୍ତୁ । ଦିବା ୦୯ା୨୫ ଗତେ ଆର୍ଥିକ କାରବାରରେ ଲାଭ ମିଳିବ । ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ । ବ୍ୟବସାୟ-ବାଣିଜ୍ୟରେ ଉନ୍ନତି ଘଟିବ । ଚାକିରି କ୍ଷେତ୍ରରେ ଉପଯୁକ୍ତ ମର୍ଯ୍ୟାଦା ମିଳିବ । ପରିଶ୍ରମର ମନୋବାଞ୍ଛିତ ଫଳ ମିଳିବ ।

ବାଂଲା କ୍ରିକେଟରଙ୍କ ପାଇଁ, ବିବାଦରେ କିଙ୍ଗ୍‌ ଖାନ୍: ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଆକ୍ରମଣ ଭିତରେ ମୁସ୍ତାଫିଜୁରଙ୍କୁ କିଣିବାକୁ ନେଇ ବିବାଦ

 .....................
କୁମ୍ଭ: ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ । ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ । କିନ୍ତୁ ଯେଉଁ କାମର ଦାୟିତ୍ବ ନେଇଛନ୍ତି ତାକୁ ନିଷ୍ଠାର ସହ ସମ୍ପାଦନ କରନ୍ତୁ ଏବଂ ଆପଣଙ୍କ ଉପରୁ ଲୋକଙ୍କ ଭରସା ତୁଟିବାକୁ ଦିଅନ୍ତୁ ନାହିଁ । ଦିବା ୦୯ା୨୫ ଗତେ ଦୁଃଖ, ଯାତନା ସହ ମାନସିକ ଉଦ୍‌ବେଗ ଦେଖାଦେଇପାରେ । ଯାତ୍ରାରେ ଓ କାର୍ଯ୍ୟରେ ବିଘ୍ନ ଉପୁଜିବ । ନୂତନ କାର୍ଯ୍ୟରେ ହାତ ନ ଦେଇ ପୁରାତନ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରନ୍ତୁ । ଅଯଥା ଭାବପ୍ରବଣତାରୁ ଦୂରରେ ରହନ୍ତୁ । 
.....................
ମୀନ: କାର୍ଯ୍ୟରେ ସଫଳତା ମିଳିବ । ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ । ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ । ବାଣିଜ୍ୟ-ବ୍ୟବସାୟରେ ଉନ୍ନତି ହେବ । ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି । ପରିବାରରେ ସୁଖଶାନ୍ତିର ବାତାବରଣ ରହିବ । ଭାଇଠାରୁ ଓ ବନ୍ଧୁବର୍ଗରୁ ସହଯୋଗ ମିଳିବ । ଦିବା ୦୯ା୨୫ ଗତେ ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ । ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ । କିନ୍ତୁ ଯେଉଁ କାମର ଦାୟିତ୍ବ ନେଇଛନ୍ତି ତାକୁ ନିଷ୍ଠାର ସହ ସମ୍ପାଦନ କରନ୍ତୁ ଏବଂ ଆପଣଙ୍କ ଉପରୁ ଲୋକଙ୍କ ଭରସା ତୁଟିବାକୁ ଦିଅନ୍ତୁ ନାହିଁ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe