କନକ ବ୍ୟୁରୋ : ବିଧାନସଭା ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ । ଗୃହ କାର୍ଯ୍ୟ ଆରମ୍ଭରୁ ନବ ଦାସଙ୍କ ହତ୍ୟା ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ଜୋରଦାର ହଟ୍ଟଗୋଳ । ନାରାବାଜି ସହ ଗୃହରେ ହଙ୍ଗାମା କରିଥିଲେ ବିରୋଧୀ । ଉଭୟ ବିଜେପି ଓ କଂଗ୍ରେସର ସଦସ୍ୟ ମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ । ଯାହାଫଳରେ ପ୍ରଶ୍ନକାଳ ଚାଲି ପାରିନଥିଲା । ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଗୃହକୁ ଦିନ ୧୧ଟା ୩୦ ଯାଏଁ ମୁଲତବି କରିଥିଲେ ବାଚସ୍ପତି ।
ଏହାପୂର୍ବରୁ ବିଧାନସଭାର ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଥିଲା । ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ଗୃହରେ ପ୍ରବଳ ହଟ୍ଟଗୋଳ କରିଥିଲେ ବିରୋଧୀ । ଯାହା ଫଳରେ ଗୃହକାର୍ଯ୍ୟକୁ ବାରମ୍ବାର ମୁଲତବି କରିଥିଲେ ବାଚସ୍ପତି । ଆଉ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/02/12-16.jpg)