କନକ ବ୍ୟୁରୋ : ବିଧାନସଭାର ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ହଟ୍ଟଗୋଳ । ବିଭିନ୍ନ ପ୍ରସଙ୍ଗ ଉଠାଇ ଗୃହରେ ହୋ-ହଲ୍ଲା କରିଛନ୍ତି ବିରୋଧୀ । ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିବା ସହ ବାଚସ୍ପତିଙ୍କ ପୋଡିୟମ ତଳେ ପ୍ଲାକାର୍ଡ ଧରି ହଙ୍ଗାମା କରିଥିଲେ ବିରୋଧୀ । ଯାହାଫଳରେ ଗୃହକାର୍ଯ୍ୟ ସୁରୁଖୁରରେ ଚାଲି ପାରିନଥିଲା । ଫଳରେ ଗୃହକୁ ୧୧ଟା ୩୦ ଯାଏଁ ମୁଲତବୀ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।

Kanak News is now on WhatsApp
Join and get latest news updates delivered to you via WhatsApp
ବିଧାନସଭାର ଅଧିବେଶନର ଦ୍ୱିତୀୟ ଦିନରେ ଆଜି ଗୃହରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ । ମୁଲତବି ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିବାରୁ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ ବିରୋଧୀ । ମନ୍ତ୍ରୀ ବଡ ନା ସଚିବ ବଡ, ଓଡ଼ିଶାରେ ଗଣତାନ୍ତ୍ରିକ ବ୍ୟବସ୍ଥା ଭୁଶୁଡି ପଡିଛିକୁ ନେଇ ମୁଲତବି ପ୍ରସ୍ତାବ ଆଣିଥିଲେ ବିରୋଧୀ । ଯାହାକୁ ଶେଷ ମୁହୂର୍ତ୍ତରେ ଗ୍ରହଣ କରିନଥିଲେ ବାଚସ୍ପତି । ଅନ୍ୟପଟେ କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇ ବିରୋଧୀ ବିଜେପିକୁ କାଉଣ୍ଟର କରିଥିଲେ ବିଜେଡି ସଦସ୍ୟ । ଫଳରେ ଗୃହକାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା । ଯେଉଁଥିପାଇଁ ଗୃହକୁ ଦିନ ୧୧ଟା ୩୦ ଯାଏଁ ମୁଲତବି କରିଥିଲେ ବାଚସ୍ପତି ।