ଆରମ୍ଭ ହେଲା ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ଆଗତ ପରେ ଅପରାହ୍ନ ୫ଟା ଯାଏଁ ଗୃହ ମୁଲତବି ।

ଆରମ୍ଭ ହେଲା ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ଆଗତ ପରେ ଅପରାହ୍ନ ୫ଟା ଯାଏଁ ଗୃହ ମୁଲତବି ।

କନକ ବ୍ୟୁରୋ : ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଥିବା ବେଳେ ଏହାକୁ ସମର୍ଥନ କରିଥିଲେ ବିରୋଧୀ । ଶୋକ ପ୍ରସ୍ତାବ ଆଗତ ପରେ ଗୃହକୁ ଅପରାହ୍ନ ୫ଟା ଯାଏଁ ମୁଲତବି କରାଯାଇଛି । ଅପରାହ୍ନରେ ଗୃହରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ । ପ୍ରାୟ ୨୧ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପନ କରାଯିବ ।

ମୌସୁମୀ ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟର ପ୍ରଥମ ମହିଳା ବାଚସ୍ପତି ଭାବେ ଶପଥ ନେଇଥିଲେ ପ୍ରମିଳା ମଲ୍ଲିକ । କେହି ନାମାଙ୍କନପତ୍ର ଦାଖଲ କରିନଥିବାରୁ ପ୍ରମିଳା ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଥିଲେ । ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରମିଳା । ଗୃହରେ ସୁପରିଚାଳନା ସହ କିଭଳି ପଦମର୍ଯ୍ୟାଦା ରକ୍ଷା କରାଯାଇପାରିବ ତାହା ଉପରେ ଗୁରୁତ୍ୱ ଦେବି ବୋଲି କହିଛନ୍ତି ପ୍ରମିଳା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe