ବଦଳିଲା ନାଇଟ କର୍ଫ୍ୟୁ ସମୟ । ଜାଣନ୍ତୁ କାଟାଗୋରୀ-ଏ ଓ କାଟାଗୋରୀ-ବି ଜିଲ୍ଲାରେ କେତେଟାରୁ କେତେଟା ହେବ ନାଇଟ କର୍ଫ୍ୟୁ 

484

କନକ ବ୍ୟୁରୋ: ରାଜ୍ୟରେ ଅଗଷ୍ଟ ୧ ଯାଏଁ ଆଂଶିକ ଲକଡାଉନ ଜାରି ହୋଇଛି । ଏହାସହ ନାଇଟ କର୍ଫ୍ୟୁ ସମୟରେ ମଧ୍ୟ ପରିବର୍ତ୍ତନ କରାଯାଇଛି । କାଟାଗୋରୀ-ଏ ଜିଲ୍ଲାରେ ରାତି ୮ଟାରୁ ସକାଳ ୬ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ । ସେହିପରି କାଟାଗୋରୀ-ବି ଜିଲ୍ଲାରେ ସନ୍ଧ୍ୟା ୫ଟାରୁ ସକାଳ ୬ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ । ଏହାସହ କାଟାଗୋରୀ-ବି ଜିଲ୍ଲାରେ ସପ୍ତାହନ୍ତ ସଟଡାଉନ ଜାରି ରହିବ ।

ପୂର୍ବରୁ ୩୦ଟି ଜିଲ୍ଲାକୁ ୨ଟି କାରାଗୋରୀରେ ବିଭକ୍ତ କରାଯାଇଛି । ସେହି ଅନୁସାରେ କାଟାଗୋରୀ ‘ଏ’ ରେ ୨୦ଟି ଜିଲ୍ଲା  ଏବଂ କାଟାଗୋରୀ ବି ରେ ୧୦ଟି ଜିଲ୍ଲା ରହିଛି । କାଟାଗୋରୀ ଏ ରେ ସକାଳ ୬ରୁ ରାତି ୮ଟା ଯାଏଁ ଦୋକାନ ଖୋଲା ରହିବ । କାଟାଗୋରୀ ବି ରେ ସକାଳ ୬ଟାରୁ ସନ୍ଧ୍ୟା ୫ଟା ଯାଏଁ ଦୋକାନ ଖୋଲା ରହିବ ।