କନକ ବ୍ୟୁରୋ : ଭାରତୀୟ ନୌସେନାର ୮ ଜଣ ପୂର୍ବତନ କର୍ମଚାରୀଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି କତାରର ମିଲିଟାରୀ କୋର୍ଟ । ଏମାନେ ସମସ୍ତେ କତାରର ଅଲ ଦାହରା କମ୍ପାନୀରେ କାମ କରୁଥିଲେ । ସେମାନଙ୍କୁ ୨୦୨୨ ଅଗଷ୍ଟ ୩୦ରେ ଗିରଫ କରାୟାଇଥିଲା । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏମାନଙ୍କୁ ଗିରଫ କରାଯିବା ପଛର କାରଣ ଏ ପର୍ଯ୍ୟନ୍ତ ଭାରତ ସରକାରଙ୍କୁ କାତାର କର୍ତୃପକ୍ଷ ଜଣାଇନାହାନ୍ତି । ଏକାସାଙ୍ଗରେ ଆଠ ଜଣ ଭାରତୀୟଙ୍କୁ ମୃତ୍ୟୁଦଣ୍ଡ ଦିଆଯିବା ଘଟଣାକୁ ନେଇ ବୈଦେଶିକ ମନ୍ତ୍ରାଳୟ ଦୁଃଖ ପ୍ରକାଶ କରିଛି । ୮ ଭାରତୀୟଙ୍କ ଫାଶୀ ଦଣ୍ଡାଦେଶ ଉପରେ ରୋକ୍ ଲଗାଇବା ପାଇଁ ଭାରତ ସମସ୍ତ ଆଇନଗତ ବିକଳ୍ପ ଉପରେ ବିଚାର କରୁଥିବା କହିଛି ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ।

Advertisment

ସେହିପରି କତାର ଜେଲରେ ବନ୍ଦୀ ଥିବା ଭାରତୀୟ ନାଗରିକଙ୍କୁ କନସୁଲାର ଆକ୍ସେସ୍ ଓ ଆଇନଗତ ସହାୟତା ପ୍ରଦାନ ଜାରି ରହିବ ବୋଲି ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି । ସୂଚନା ଅନୁସାରେ, ୨୦୨୨ରେ ୮ ଜଣ ଅବସରପ୍ରାପ୍ତ ନୌସେନା ଅଧିକାରୀ କାତାର ପ୍ରତିରକ୍ଷା ସେବା ଯୋଗଉଥିବା ଥିବା ଏକ କମ୍ପାନୀରେ କାର୍ଯ୍ୟ କରୁଥିଲେ । ସେହି ସମୟରୁ ସେମାନଙ୍କୁ ଗିରଫ କରାଯାଇଥିଲା । ଯେଉଁମାନଙ୍କ ମଧ୍ୟରେ ଅଛନ୍ତି କ୍ୟାପଟେନ ନବତେଜ ସିଂ ଗିଲ, କ୍ୟାପଟେନ ସୌରଭ ବଶିଷ୍ଟ, କ୍ୟାପଟେନ ବୀରେନ୍ଦ୍ର କୁମାର ବର୍ମା, କମାଣ୍ଡର ଅମିତ ନାଗପାଲ, କମାଣ୍ଡର ପୂର୍ଣ୍ଣେନ୍ଦୁ ତିୱାରୀ, କମାଣ୍ଡର ସୁଗୁନାକର ପକାଲା, କମାଣ୍ଡର ସଞ୍ଜୀବ ଗୁପ୍ତା ଓ ଚାଳକ ରାଗେସ ।