କନକ ବ୍ୟୁରୋ: ବଡ଼ଦିନରେ ବଡ଼ଦାଣ୍ଡରେ ବଡ଼ ଭିଡ଼ । ମହାପ୍ରଭୁଙ୍କୁ ଦର୍ଶନ ପାଇଁ ବଡଦାଣ୍ଡରେ ହୋଇଛି ଭକ୍ତଙ୍କ ସମାଗମ । ସକାଳୁ ସକାଳୁ ଲୋକଙ୍କ ସମାଗମ ହେବାରେ ଲାଗିଛି । ହଜାର ହଜାର ସଂଖ୍ୟାରେ ଭକ୍ତ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି । ଦିନ ବଢିବା ସହ ଭକ୍ତଙ୍କ ଗହଳି ବଢୁଛି । ଲମ୍ବା ଲାଇନରେ ଯାଇ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଉଛନ୍ତି । ଏହା ସହ ଆଗକୁ ନୂଆ ବର୍ଷ ଆସୁଛି । ନୂଆବର୍ଷ ଯେତିକି ପାଖଉଛି, ପର୍ଯ୍ୟଟକଙ୍କ ଭିଡ଼ ସେତିକି ବଢିଚାଲିଛି । ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।
ବଡ଼ଦିନରେ ବଡ଼ଦାଣ୍ଡରେ ବଡ଼ ଭିଡ଼ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଲାଗିଛି ହଜାର ହଜାର ଭକ୍ତଙ୍କ ଗହଳି । ଭିଡ ନିୟନ୍ତ୍ରଣ ପାଇଁ ବ୍ୟାପକ ପ୍ରସ୍ତୁତି ।
/kanak/media/post_attachments/wp-content/uploads/2023/12/13-27.jpg)