ଛୁଟିଦିନ ରବିବାରରେ ରାମଲାଲାଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ । ଅଯୋଧ୍ୟା ନଗରୀରେ ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ

176

କନକ ବ୍ୟୁରୋ : ରାମ ଲାଲାଙ୍କ ଦର୍ଶନ ପାଇଁ ଅଯୋଧ୍ୟାରେ ଶଦ୍ଧାଳୁଙ୍କ ଭିଡ । ଆଜି ରବିବାର ଛୁଟିଦିନରେ ସକାଳୁ ସକାଳୁ ରାମ ମନ୍ଦିର ପରିସରରେ ବେଶ ଭିଡ ଦେଖିବାକୁ ମିଳିଛି । ଶ୍ରଦ୍ଧାଳୁ ମାନେ ଧାଡିରେ ଯାଇ ମନ୍ଦିରରେ ରାମଲାଲାଙ୍କ ଦର୍ଶନ କରୁଛନ୍ତି । ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସେପଟେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ବୋର୍ଡ ପକ୍ଷରୁ ରାମଲାଲାଙ୍କ ଆଳତୀ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି । ଏହା ଦେୟମୁକ୍ତ ରହିଥିବା ବେଳେ ଉଭୟ ଅଫଲାଇନ ଅନଲାଇନରେ ଶ୍ରଦ୍ଧାଳୁଙ୍କ ପାଇଁ ଉପଲବ୍ଧ ରହିଛି ।