ଚିନ୍ତା ବଢାଇଲା ସୁନ୍ଦରଗଡ ଓ ଖୋର୍ଦ୍ଧା : ରାଜ୍ୟରେ ଆଉ ୧୭୪୧ ଆକ୍ରାନ୍ତ ଚିହ୍ନଟ; ଦୁଇ ଜିଲ୍ଲାରେ ସଂକ୍ରମିତ ୨ ଶହ ଉପରେ, ୨ ମୃତ

176

କନକ ବ୍ୟୁରୋ : ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଂଟାରେ ରାଜ୍ୟରେ ୧୭ଶହ ୪୧ ଆକ୍ରାନ୍ତ ଚିହ୍ନଟ ହେଶଇଛନ୍ତି । ସଂଗରୋଧରୁ ହଜାରେ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୭୨୬ । ଦୈନିକ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୦୨ । ସୁନ୍ଦରଗଡ଼ରୁ ସର୍ବାଧିକ ୨୬୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨୦୪ ଜଣ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୧୫୮, ସମ୍ବଲପୁରରୁ ୧୨୧, କଳାହାଣ୍ଡିରୁ ୧୧୪, ନବରଙ୍ଗପୁରରୁ ୮୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସକ୍ରିୟ ମାମଲା ରହିଛି ୯ ହଜାର ୨୫୯ । ସେପଟେ ଗତ ୨୪ ଘଂଟାରେ ରାଜ୍ୟରେ କରୋନାରେ ୨ଜଣଙ୍କ ମୃତ୍ୟୁ ହୋଇଛି ।

ମିଳିଥିବା ସୂଚନା ମୁତାବକ ଗତ ୨୪ ଘଣ୍ଟାରେ ବରଗଡ଼ରୁ ୯୭, ଅନୁଗୁଳରୁ ୪୩, ଭଦ୍ରକରୁ ୧୧, ବଲାଙ୍ଗୀରରୁ ୯୩, ବୌଦ୍ଧରୁ ୫, କଟକରୁ ୫୮, ଦେବଗଡ଼ରୁ ୯, ଢେଙ୍କାନାଳରୁ ୨, ଗଜପତି ଜିଲ୍ଲାରୁ ୧୪ ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୩୮ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ ଜଣ, କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୨ଜଣ, କେନ୍ଦୁଝରରୁ ୫୩ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୩, ମୟୁରଭଞ୍ଜରୁ ୩୯ ଜଣ, ନୟାଗଡ଼ ଜିଲ୍ଲାରୁ ୭, ନୂଆପଡ଼ା ଜିଲ୍ଲାରୁ ୯୬ଜଣ, ପୁରୀ ଜିଲ୍ଲାରୁ ୫୪ ଜଣ, ରାୟଗଡ଼ା ଜିଲ୍ଲାରୁ ୩୫, ସମ୍ବଲପୁର ଜିଲ୍ଲାରୁ ୧୨୧ଜଣ, ସୋନପୁର ଜିଲ୍ଲାରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।