କନକ ବ୍ୟୁରୋ : ଅରୁଣାଚଳ ପ୍ରଦେଶରେ ଭାରତ ଓ ଚୀନ୍ ସେନା ମୁହାଁମୁହିଁ । ଗତ ସପ୍ତାହରେ ପାଟ୍ରୋଲିଂ ବେଳେ ଦୁଇ ଦେଶର ସୈନ୍ୟ ମୁହାଁମୁହିଁ ହୋଇଥିଲେ । ୨୦୦ ଚୀନ୍ ସେନା ଏଲ୍ଏସି ଆଡକୁ ମାଡି ଆସୁଥିବା ବେଳେ ଅଟକାଇଥିଲେ ଭାରତୀୟ ଯବାନ । କମାଣ୍ଡରସ୍ତରୀୟ ଆଲୋଚନା ପରେ ଚୀନ୍ ସେନା ପଛକୁ ହଟିଥିଲେ ।
ସୂଚନା ଅନୁସାରେ ଗତ ସପ୍ତାହରେ ତୱାଙ୍ଗ ସେକ୍ଟରରେ ଏପରି ପରିସ୍ଥିତି ସୃଷ୍ଟି ହୋଇଥିଲା । ଚୀନର ପାଖାପାଖି ୨୦୦ ସୈନିକ ଏଲ୍ଏସି ପାର କରି ଭାରତୀୟ ସୀମାକୁ ପ୍ରବେଶ ପାଇଁ ଉଦ୍ୟମ କରିଥିଲେ । ଏହି ସମୟରେ ଦୁଇ ଦେଶର ସୈନ୍ୟବାହିନୀ ମୁହାଁମୁହିଁ ହୋଇଥିଲେ । କିଛି ଘଂଟା ଧରି ଝଗଡା ଲାଗି ରହିଥିଲା । ଏଥିରେ କେହି ଆହତ ହୋଇଥିବା ନେଇ ସୂଚନା ମିଳିନାହିଁ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/10/1-14.jpg)