କନକ ବ୍ୟୁରୋ: ଲଘୁଚାପ ଆଣିବ କି ବାତ୍ୟା । ମେ’ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତୀ ୨୪ ଘଂଟା ମଧ୍ୟରେ ଏହି ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୨୪ ଘଂଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।
ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ, ମେ ମାସରେ ସୃଷ୍ଟି ହେଉଥିବା ଲଘୁଚାପ ଅଧିକ ଘନିଭୂତ ହେବାର ସମ୍ଭାବନା ରହିଥାଏ । ତେବେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଯାଇ ବାତ୍ୟା ସମ୍ପର୍କରେ ସବିଶେଷ ସୂଚନା ମିଳିପାରିବ ବୋଲି ସେ କହିଛନ୍ତି । ବାତ୍ୟାର ଗତିପଥ, ତୀବ୍ରତା, ରୂପରେଖ ଏବଂ ଏହା କେଉଁ ଉପକୂଳରେ ପହଂଚିବ ତାହା ପୂର୍ବାନୁମାନ କରାଯିବ । ମେ ମାସରେ ବିଶେଷ କରି ବାତ୍ୟା ସୃଷ୍ଟି ହୋଇଥାଏ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/04/13-26.jpg)