ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି : ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

270

କନକ ବ୍ୟୁରୋ : ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୨୮ରୁ ୩୦ ତାରିଖ ମଧ୍ୟରେ ଓଡ଼ିଶାର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି ।

ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନ ରହିଛି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୪ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।