ଆଜି ବଙ୍ଗୋପସାଗରରେ ଘନୀଭୂତ ହେବ ଆଉ ଏକ ଲଘୁଚାପ : ପ୍ରଭାବରେ ଦୁଇ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା

269

କନକ ବ୍ୟୁରୋ : ଆଜି ବଙ୍ଗୋପସାଗରରେ ଘନୀଭୂତ ହେବ ଆଉ ଏକ ଲଘୁଚାପ । ୨୪ ଘଂଟା ମଧ୍ୟରେ ଉତର – କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୪୮ ଘଂଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଖୋର୍ଦ୍ଧା, ଜଗତସିଂହପୁର, କଟକ, ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୨ ତାରିଖରେ ଗଞ୍ଜାମ, ପୁରୀ, ଅନୁଗୁଳ, ଯାଜପୁର, ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

୧୨ତାରିଖରେ ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରପଡା, କଟକ,ଗଞ୍ଜାମ, ନୟାଗଡ, ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହିସବୁ ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, ବାଲେଶ୍ୱର, ଢେଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୩ତାରିଖରେ ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ବରଗଡ, ଦେବଗଡ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିସହ ଘଂଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଆଶଂକା ରହିଛି । ସେହିପରି ଆସନ୍ତା ୧୮ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଥିବା ଅନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।