ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା । ପଢନ୍ତୁ ଆଜି କେଉଁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ?

1,592

କନକ ବ୍ୟୁରୋ : ରାଜ୍ୟରେ ପୁଣି ବର୍ଷାର ପ୍ରକୋପ ବୃଦ୍ଧି ପାଇବ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଝାଡ଼ଖଣ୍ଡ ଓ ସଂଲଗ୍ନ ଗ‌ାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଥିବା ଘୂର୍ଣ୍ଣିବଳୟ ଏବେ ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୩ ଦିନରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଓ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଆସନ୍ତା ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୬ ତାରିଖରୁ ପରବର୍ତ୍ତୀ ସପ୍ତାହେ ଯାଏ ବିଶେଷ ବର୍ଷାର ସମ୍ଭାବନା ନାହିଁ ।

ଏହା ପ୍ରଭାବରେ ଆଜି ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଆଦି ଜିଲ୍ଲାର ଅନେକାଂଶରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏସବୁ ଜିଲ୍ଲା ପାଇଁ ପ‌ାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିଭଳି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଅନୁଗୁଳ, ସୋନପୁର, ସମ୍ବଲପୁର ଓ ଜଗତସିଂହପୁର ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ୨୩ ତାରିଖ ଦିନ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୋନପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଏଥିସହ ଗଜପତି, ଗଞ୍ଜାମ, କେନ୍ଦ୍ରାପଡ଼ା, କଟକ, କଳାହାଣ୍ଡି, କନ୍ଧମାଳ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବଲାଙ୍ଗୀର ଆଦି ଜିଲ୍ଲରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖ ଦିନ ମଧ୍ୟ ସମ୍ବଲପୁର, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ଭୀଷଣ ବର୍ଷିବାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ କିଛି ଜିଲ୍ଲାରେ ପ୍ରବଳ ଓ ମଧ୍ୟମ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।