ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା : ୮ଟି ଜିଲ୍ଲାକୁ ରେଡ଼୍ ଆଲର୍ଟ

594

କନକ ବ୍ୟୁରୋ : ରାଜ୍ୟରେ ଆଗାମୀ ସମୟରେ ପ୍ରବଳ ବର୍ଷା ସମ୍ଭାବନା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଓଡ଼ିଶାର ଆଠଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ ଓ ସୋନପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସମୟରେ ୪୦ରୁ ୫୦କିମି ବେଗରେ ପବନ ବହିବାକୁ ଥିବା ନେଇ ବି ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏଥିସହିତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ସେହିପରି ପୁଣି ୨ରୁ ୪ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କୋରାପୁଟ, କଳାହାଣ୍ଡି, ମାଲକାନଗିରି, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ମୟୁରଭଞ୍ଜ ଓ ବରଗଡ଼ ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳହାଣ୍ଡି, କନ୍ଧମାଳ, ପୁରୀ, ଗଞ୍ଜାମ ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।