ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା : ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସଆରସିଙ୍କ ପରାମର୍ଶ 

Advertisment
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା : ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସଆରସିଙ୍କ ପରାମର୍ଶ 

କନକ ବ୍ୟୁରୋ : ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ଯୋଗୁଁ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ବିଶେଷ କରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇଛି । ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ଗଞ୍ଜାମ ଜିଲ୍ଲା ଛତ୍ରପୁରଠାରେ ସର୍ବାଧିକ ୭୮.୬ ମିମି ବର୍ଷା ରେକର୍ଡ ହୋଇଯାଇଛି ।

ଏଥିସହ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହୋଇଛି । ଆଜି ମଧ୍ୟ ରାଜ୍ୟର କିଛି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହୁଛି । ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଆଦି ୪ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସ୍ଥିତି ଉପରେ ନଜର ରଖିବାକୁ ଜିଳ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି । ଲୋକଙ୍କୁ ସଚେତନ କରିବା ଲାଗି ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି । ୧୬ତାରିଖ ଯାଏଁ ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଅନ୍ୟପଟେ ଆଜି ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଆଶଙ୍କା ରହିଛି । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି । ସେହିପରି ନଭେମ୍ବର ୧୪ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏହି ଜିଲ୍ଲାଗୁଡ଼ିକୁ ବି ସତର୍କ କରାଯାଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଯାବତ ସମ୍ବଲପୁରରେ ସର୍ବାଧିକ ୩୧.୭ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୬.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି । ନଭେମ୍ବର ୧୪ରୁ ୧୭ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ହାଲୁକା ବର୍ଷା ହେବା ସହିତ କାଳବୈଶାଖୀ ସମ୍ଭାବନା ଥିବା କୁହାଯାଉଛି ।

ଆଜି ଥାଇଲାଣ୍ଡ ଉପକୂଳ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮କିମି ପର୍ଯ୍ୟନ୍ତ ସକ୍ରିୟ ରହିଛି। ଏହା ଆଗାମୀ କିଛି ସମୟରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବ ଏବଂ ଏହା ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଓ ୧୫ତାରିଖ ବେଳକୁ ଘନୀଭୂତ ହୋଇ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ତତ୍‌ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଅବପାତରେ ପରିଣତ ହେବ। ଏହା ପ୍ରଭାବରେ ୧୬ ଓ ୧୭ତାରିଖ ଆଡ଼କୁ ଓଡ଼ିଶାର କିଛି କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe