କନକ ବ୍ୟୁରୋ : ରାଜ୍ୟରେ ମୌସୁମୀ ଜନିତ ବର୍ଷା ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ୨୪ ଘଂଟାରେ ରାଜ୍ୟରେ ହାରାହାରି ୯.୯ ମିମି ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ୱାଭାବିକ ବର୍ଷା ୯.୮ ମିମି ତୁଳନାରେ ପଏଣ୍ଟ ୱାନ୍ ପ୍ରତିଶତ ଅଧିକ ରହିଛି । ଆଜି ଅପରାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Advertisment

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୬ଟି ଜିଲ୍ଲାରେ ଏହି ସମୟ ଅବଧି ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏପରିକି ସ୍ଥଳ ବିଶେଷରେ ବର୍ଷାର ପରିମାଣ ୭ରୁ ୧୧ ମିମି ପର୍ଯ୍ୟନ୍ତ ମଧ୍ୟ ହୋଇପାରେ । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଅନ୍ୟପଟେ ଚଳିତ ମାସରେ ଦୁଇଟି ଲଘୁଚାପ ହେବାର ସମ୍ବାବନା ରହିଛି । ୧୮ରୁ ୨୧ ମଧ୍ୟରେ ଉତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ହୋଇପାରେ । ଏହାର ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ଅଧିକ ବର୍ଷା ହେବ । ସେହିପରି ଚତୁର୍ଥ ସପ୍ତାହରେ କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହୋଇପାରେ । ଏହାର ପ୍ରଭାବରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ।