କାଲି ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ, ଆଇଏମଡିର ସୂଚନା

ପାଣିପାଗ ସଂସ୍ଥା ସ୍କାଏମେଟର ଆକଳନ : ବଙ୍ଗୋପସାଗରରେ ଆସିପାରେ ବାତ୍ୟା, ଓଡ଼ିଶା ଆଡକୁ ମୁହାଁଇବା ଆଶଙ୍କା 

324

କନକ ବ୍ୟୁରୋ : ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ଜାରି ରହିଛି । ଶୁକ୍ରବାର ସୁଦ୍ଧା ଗୁଜରାଟ ଓ ରାଜସ୍ଥାନର ଅଧିକାଂଶ ଅଞ୍ଚଳ, ସମ୍ପୂର୍ଣ୍ଣ ପଞ୍ଜାବ, ହରିୟାଣା, ଛତିଶଗଡ଼, ଦିଲ୍ଲୀ, ଜାମ୍ମୁ ଓ କାଶ୍ମୀର, ଲଦାଖ, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶର କିଛି ଅଞ୍ଚଳରୁ ପ୍ରତ୍ୟାବର୍ତ୍ତନ କରିଛି । ଆସନ୍ତା ଦୁଇ ଦିନ ମଧ୍ୟରେ ଗୁଜରାଟ, ମଧ୍ୟପ୍ରଦେଶ ଓ ଉତ୍ତରପ୍ରଦେଶରୁ ଏହା ପ୍ରତ୍ୟାବର୍ତ୍ତନ କରିବା ନେଇ ପାଗ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚ୍‌.ଆର ବିଶ୍ବାସ କହିଛନ୍ତି ।

ସେ ଆହୁରି କହିଛନ୍ତି ଯେ ୧୦ ତାରିଖରେ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଏବେ ବି ଜାରି ରହିଛି। ଯାହାକି ପରବର୍ତ୍ତୀ ସମୟରେ ଚିହ୍ନିତ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବ କ’ଣ ରହିବ, ସେନେଇ ଏପର୍ଯ୍ୟନ୍ତ କୌଣସି ଆକଳନ କରାଯାଇ ପାରିନାହିଁ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ । ଆଜି ମାଲକାନଗିରି, କେରାପୁଟ, ରାୟଗଡ଼ା ଓ ଗଜପତିର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପା‌ତ, ଘଡ଼ଘଡ଼ି ସହ ବର୍ଷା ହେବ । ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ୧୪, କଟକରେ ୫, ଗଜପତିର ଆର.ଉଦୟଗିରିରେ ୪ସେମି ଲେଖାଏଁ ବର୍ଷା ହୋଇଛି ।