କନକ ବ୍ୟୁରୋ: ଆଗାମୀ ନିର୍ବାଚନ ପାଇଁ ଡିଜି କ୍ୟାମ୍ପ ଅଫିସରେ ଓଡ଼ିଶା ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ । ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, ଗୁଇନ୍ଦା ଆଇଜି ଅନୁପ ସାହୁ, ସ୍ପେଶାଲ ଇଣ୍ଟେଲିଜେନ୍ସ ୱିଙ୍ଗର ଡିଆଇଜି ଉମା ଶଙ୍କର ଦାଶଙ୍କ ସମେତ ବହୁ ବରିଷ୍ଠ ଆଇପିଏସ୍ ଅଧିକାରୀ ଉପସ୍ଥିତ ଅଛନ୍ତି । ଅପରେସନ୍ ଆଇଜି ଦେବଦତ୍ତ ସିଂହ ମଧ୍ୟ ବୈଠକରେ ସାମିଲ ହୋଇଛନ୍ତି । ଏହା ସହ ଭିଡିଓ କନଫରେନ୍ସିଂରେ ସବୁ ଜିଲ୍ଲା ଏସ୍ପି ମଧ୍ୟ ଏହି ବୈଠକରେ ଯୋଡି ହୋଇଛନ୍ତି । ନିର୍ବାଚନ ପ୍ରସ୍ତୁତି ନେଇ ବୈଠକରେ ଆଲୋଚନା କରାଯାଉଛି ।
ଡିଜି କ୍ୟାମ୍ପ ଅଫିସରେ ଓଡ଼ିଶା ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ । ନିର୍ବାଚନ ପ୍ରସ୍ତୁତି ନେଇ ଆଲୋଚନା ।
/kanak/media/post_attachments/wp-content/uploads/2024/03/dgp.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)