୨୪ଘଣ୍ଟା‌ରେ ୯୨,୦୭୧ କରୋନା ଆକ୍ରାନ୍ତ ଚିହ୍ନଟ, ୧୧୩୬ ମୃତ : ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮,୪୬,୪୨୮ ରେ ପହଞ୍ଚିଲା

Advertisment
୨୪ଘଣ୍ଟା‌ରେ ୯୨,୦୭୧ କରୋନା ଆକ୍ରାନ୍ତ ଚିହ୍ନଟ, ୧୧୩୬ ମୃତ : ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮,୪୬,୪୨୮ ରେ ପହଞ୍ଚିଲା

କନକ ବ୍ୟୁରୋ : ଗତ କିଛି ଦିନ ହେଲାଣି ୯୦,୦୦୦ପାର କରୁଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ୯୪,୦୦୦ପାର କରିଥିବା ବେଳେ ଆଜି ୯୨,୦୦୦ ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା। କିଛି ଦିନ ହେଲାଣି ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦,୦୦୦ଉପରେ ରହୁଛି। ଗତକାଲି ୨୪ଘଣ୍ଟାରେ ୯୪,୩୭୨କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ଘଣ୍ଟାରେ ୯୨,୦୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଆଜି ମଧ୍ୟ ମୃତ୍ୟୁ ସଂଖ୍ୟା ୧,୦୦୦ପାର କରିଛି।

ସେପ୍ଟେମ୍ବର ୧୪ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୪୮, ୪୬,୪୨୭ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୩୭୮୦୧୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୭୯,୭୨୨ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୯୨,୦୭୧ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୮୬୫୯୮ ରହିଛି। ଏହା ସହ ୨୪ ଘଣ୍ଟାରେ ୧୧୩୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

ଗତକାଲି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୪୭, ୫୪,୩୫୬ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଥିଲା । ଆକ୍ରାନ୍ତଙ୍କ ମଧ୍ୟରୁ ୩୭୦୨୫୯୫ ଜଣ ସୁସ୍ଥ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଥିଲେ। ବାକି ୭୮,୫୮୬ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୯୪,୩୭୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୩୧୭୫ ରହିଥିଲା। ୨୪ ଘଣ୍ଟାରେ ୧,୧୧୪ ଆକ୍ରାନ୍ତ ପ୍ରାଣ ହରାଇଥିଲେ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe