କନକ ବ୍ୟୁରୋ : କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୮,୧୮,୫୭୦ରେ ପହଞ୍ଚିଛି । ଏହା ମଧ୍ୟରୁ ୯୭୦୧୧୬ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୯୨୨୯୦ ରହିଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୭,୫୬୧,୬୪ରେ ପହଞ୍ଚିଛି ।

Advertisment

ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୫୯% ରହିଥିବା ବେଳେ ଆରୋଗ୍ୟ ହାର ୮୧.୭୪% ରହିଛି। ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇ ଭାରତ ଏବେ ବିଶ୍ୱରେ ଆଗରେ ରହିଛି। ତା’ ପଛକୁ ରହିଛି ଆମେରିକା। ଆମେରିକାରେ ବର୍ତ୍ତମାନ ୭,୧୮୫,୪୭୧ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେ ମଧ୍ୟରୁ ୪,୪୩୭,୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହା ସହ ୨୪ଘଣ୍ଟା‌ରେ ୮୬,୦୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪ଘଣ୍ଟାରେ ୧୧୪୧ଜଣ ପ୍ରାଣ ହରାଇଛନ୍ତି ।

ଗତକାଲି ୨୪ଘଣ୍ଟାରେ ୮୬,୫୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୭,୩୨,୫୧୮ରେ ପହଞ୍ଚିଥିଲା। ଏହା ମଧ୍ୟରୁ ୯୬୬୩୮୨ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୯୧୧୪୯ ରହିଥିଲା । ଏହା ସହ ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୬,୭୪୯,୮୭ରେ ପହଞ୍ଚିଥିଲା । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୫୯% ରହିଥିବା ବେଳେ ଆରୋଗ୍ୟ ହାର ୮୧.୫୫% ରହିଥିଲା।