୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶଙ୍କା, ୧୫ ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି

୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶଙ୍କା, ୧୫ ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି

କନକ ବ୍ୟୁରୋ: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପ-ରେଖା ଆଜି ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ଉତ୍ତରପ୍ରଦେଶର ମୁଜାଫରପୁର, ମଧ୍ୟଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୪ ଅଗଷ୍ଟ, ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଓ ସୁନ୍ଦରଗଡ଼ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୧୫ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହଛିି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe