କନକ ବ୍ୟୁରୋ: ୨୦୨୧ ଅଗଷ୍ଟ ଶେଷ ସୁଦ୍ଧା ବା ୮ ମାସ ଭିତରେ ଭୁବନେଶ୍ୱରରେ ଅମାନିଆଙ୍କଠୁ ୨୧ କୋଟି ୬୨ ଲକ୍ଷ ୯୯ ହଜାର ୧୦୦ ଟଙ୍କା ଫାଇନ ଆଦାୟ ହୋଇଛି । ବିଧାନସଭାରେ ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନର ଉତ୍ତର ଦେଇଛନ୍ତି ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ।
ମନ୍ତ୍ରୀ କହିଛନ୍ତି କି ଟ୍ରାଫିକ ନିୟମ ଉଲଘଂନ କରି ୮ ମାସରେ ୧୧ କୋଟି ୮୩ ଲକ୍ଷ ୬୫ ହଜାର ୭୦୦ ଟଙ୍କା ଫାଇନ ଆଦାୟ ହୋଇଛି । ବିନା ହେଲମେଟ ଧାରୀଙ୍କଠାରୁ ୯ କୋଟି ୨୦ ଲକ୍ଷ ୯ ହଜାର ୩ ଶହ ଆଦାୟ ହୋଇଛି । ସେହିପରି ବିନା ସିଟ ବେଲ୍ଟରେ ୫୬ ଲକ୍ଷ ୬ ହଜାର ୧୦୦ ଟଙ୍କା ଫାଇନ ଆଦାୟ ହୋଇଥିବା ବେଳେ ବିନା ମାସ୍କ ଧାରୀଙ୍କଠାରୁ ୩ ଲକ୍ଷ ୧୮ ହଜାର ଫାଇନ ଆଦାୟ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/09/16-9.jpg)