ଅଗଷ୍ଟରେ ୫୦% କର୍ମଚାରୀରେ ଚାଲିବ ସରକାରୀ ଅଫିସ, ପ୍ରତି ଶନିବାର ଅଫିସ ବନ୍ଦ ରହିବ

ଅଗଷ୍ଟରେ ୫୦% କର୍ମଚାରୀରେ ଚାଲିବ ସରକାରୀ ଅଫିସ, ପ୍ରତି ଶନିବାର ଅଫିସ ବନ୍ଦ ରହିବ

କନକ ବ୍ୟୁରୋ : ରାଜ୍ୟରେ କରୋନା ସ୍ଥିତିକୁ ଦେଖି ସରକାର ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ନୂଆ କଟକଣା ଜାରି କରିଛନ୍ତି। ଏହାକୁ ଦୃଷ୍ଟିରେ ସରକାରୀ ଅଫିସକୁ କର୍ମଚାରୀମାନଙ୍କ ଆସିବା ଉପରେ ସାଧାରଣ ପ୍ରଶାସନ ବିଭାଗ କଟକଣା ଜାରି କରିଛି। ଏଣିକି ପ୍ରତି ଶନିବାର ସମସ୍ତ ସରକାରୀ ଅଫିସ ବନ୍ଦ ରହିବ। ଏହାସହିତ ପ୍ରତ୍ୟେକ ବିଭାଗରେ ଅଧା କର୍ମଚାରୀରେ କାର୍ଯ୍ୟ ତୁଲାଇବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ଶାସନ ସଚିବ ଜାରି କରିଥିବା ନିର୍ଦ୍ଦେଶନାମା ଅନୁଯାୟୀ, ଆସନ୍ତା ମାସକ ପାଇଁ ସମସ୍ତ ସରକାରୀ କର୍ମଚାରୀ ରୋଷ୍ଟର୍‌ ଆଧାରରେ ଅଫିସ ଆସିବେ। ଗ୍ରୁପ୍‌-ଏ ଅଧିକାରୀଙ୍କୁ ମିଶାଇ ସର୍ବମୋଟ୍‌ ୫୦% କର୍ମଚାରୀ ଅଫିସରେ ଉପସ୍ଥିତ ରହିବେ। କିନ୍ତୁ ଏସ୍‌ଆର୍‌ସି, ଓସ୍‌ଡମା, ପୁଲିସ୍‌ ଥାନା, ଅଗ୍ନିଶମ ସେବା, ସ୍ୱାସ୍ଥ୍ୟ ସେବା, ମହାନଗନର ନିଗମ ଅଫିସଗୁଡ଼ିକରେ ଶତ ପ୍ରତିଶତ କର୍ମଚାରୀ ଅଫିସ୍‌ ଆସିବେ।

ଯେଉଁ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ଭିପିଏନ୍‌ ବ୍ୟବସ୍ଥା ଯୋଗାଇ ଦିଆଯାଇଛି, ସେସବୁ କର୍ମଚାରୀମାନେ ଘରୁ କାମ କରିପାରିବେ। ଅତ୍ୟାବଶ୍ୟକ ପଡ଼ିଲେ ସରକାରୀ କାର୍ଯ୍ୟ ପାଇଁ ସମ୍ପୃକ୍ତ କର୍ମଚାରୀଙ୍କୁ ଅଫିସ ଆସିବାକୁ ପଡ଼ିବ। ସେଥିପାଇଁ ସମସ୍ତ କର୍ମଚାରୀ ଟେଲିଫୋନ୍‌ ଓ ମୋବାଇଲ ଫୋନ୍‌ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଫିସ୍‌ ଆସୁଥିବା କର୍ମଚାରୀମାନେ କୋଭିଡ୍‌ ସଂକ୍ରମଣ ପ୍ରତିହତ ପାଇଁ ଥିବା ସମସ୍ତ ପ୍ରକାର ସତର୍କତା ନିୟମ ଅନୁପାଳନ କରିବାକୁ ପ୍ରମୁଖ ଶାସନ ସଚିବ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe