କନକ ବ୍ୟୁରୋ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ହାରାହାରି ୯୦ ହଜାର ଉପରେ ରହୁଥିବା ବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ ଲାଗିଛି । ମିଳିଥିବା ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୬୩,୫୦୯ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୭୨ ଲକ୍ଷ ୩୯ ହଜାର ୩୯୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୭୩୦ ଜଣଙ୍କ ଜୀବନ ଯାଇଥିବା ସୂଚନା ରହିଛି।
ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି। ୨୪ଘଣ୍ଟାରେ ୬୩,୫୦୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୪,୬୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ଦେଶରେ ୮ ଲକ୍ଷ ୨୬ ହଜାର ୮୭୬ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ଆରୋଗ୍ୟ ଲାଭ କରି ସାରିଲେଣି ୬୩୦୧୯୨୭ ଜଣ। ଏବେ ସୁଦ୍ଧା କରୋନା ହେତୁ ୧ ଲକ୍ଷ ୧୦ ହଜାର ୫୮୬ ଜଣଙ୍କର ମୃତ୍ୟୁ ହୋଇଛି। ଉଲ୍ଲେଖଯୋଗ୍ୟ, ଗତକାଲି ପ୍ରାୟ ୫୫ ହଜାର ନୂଆ ସଂକ୍ରମଣ ଚିହ୍ନଟ ହେବା ପରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭୧ ଲକ୍ଷ ପାର୍ ହୋଇଥିଲା।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/10/18-14.jpg)