୨୪ ଘଂଟାର କରୋନା ଗ୍ରାଫ୍ : ରାଜ୍ୟରେ ୧୯୭ ନୂଆ ଆକ୍ରାନ୍ତ, ୨ଜଣଙ୍କର ମୃତ୍ୟୁ

101

କନକ ବ୍ୟୁରୋ : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୨୫ ଜଣ । ସଙ୍ଗରୋଧ କେନ୍ଦ୍ରରୁ ୧୧୫ ସଂକ୍ରମଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୮୨ ଜଣ । ଖୋର୍ଦ୍ଧାରୁ ସର୍ବାଧିକ  ୯୪ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, କଟକରୁ ୬ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୧ ଜଣ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୬ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ ପୁଲରୁ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୮ ହଜାର ୮୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୮ ହଜାର ୦୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨ ହଜାର ୩୩୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ସେପଟେ କରୋନା କାରଣରୁ ରାଜ୍ୟରେ ୨ ଜଣଙ୍କର ମୃତ୍ୟୁ ହୋଇଛି ।