ରାଜ୍ୟର କରୋନା ମିଟର : ୨୪ ଘଣ୍ଟାରେ ୩୩୫ ପଜିଟିଭ, ୨ ମୃତ

259

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୯୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୧ ଜଣ, ଜଗତସିଂହପୁରରୁ ୬ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ମୟୂରଭଞ୍ଜରୁ ୧୨ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୫୧ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୮ ହଜାର ୦୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୭ ହଜାର ୧୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨ ହଜାର ୪୦୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।