ତିନି ରଥରେ ରଥାରୁଢ ହେଲେ ତିନି ଠାକୁର : ଧାଡି ପହଣ୍ଡିରେ ରଥକୁ ବିଜେ ହେଲେ ଶ୍ରୀଜିଉ

ତିନି ରଥରେ ରଥାରୁଢ ହେଲେ ତିନି ଠାକୁର : ଧାଡି ପହଣ୍ଡିରେ ରଥକୁ ବିଜେ ହେଲେ ଶ୍ରୀଜିଉ

କନକ ବ୍ୟୁରୋ :ଆଜି କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ଘୋଷଯାତ୍ରା। ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ଭକ୍ତଙ୍କ ମେଳକୁ ଚାଲି ଆସିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥ ବ୍ୟସ୍ତ। ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ ଅଲୌକିକତା ମଧ୍ୟରେ ଲୌକିକତାର ପରିପ୍ରକାଶ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ରଥଯାତ୍ରାରେ ଗୁଣ୍ଡିଚା ମନ୍ଦିରକୁ ବାହାରିଛନ୍ତି । ଏଥିପାଇଁ ଆଜି ଚଳଚଞ୍ଚଳ ହୋଇ ଉଠିଛି ବଡ଼ଦାଣ୍ଡ।

publive-image

ପବିତ୍ର ରଥଯାତ୍ରା ଅବସରରେ ତିନି ଠାକୁର ରଥାରୂଢ଼ ହୋଇ ଭକ୍ତଙ୍କ ମେଳରେ ବଡ଼ଦାଣ୍ଡରେ ଯାତ୍ରା କରିବେ । ଅତ୍ୟନ୍ତ ମନରୋମ ପରିବେଶରେ ତିନି ଠାକୁରଙ୍କ ପହଣ୍ଡି ଶେଷ ହୋଇଛି । ଦେବଦଳନ ରଥରେ ରଥାରୂଢ଼ ହୋଇସାରିଛନ୍ତି ଚକ୍ରରାଜ ସୁଦର୍ଶନ ଓ ଦେବୀ ସୁଭଦ୍ରା । ତା’ପରେ ତାଳଧ୍ୱଜ ରଥରେ ରଥାରୂଢ଼ ହେଲେ ବଡ଼ଡାକୁର ଶ୍ରୀବଳଭଦ୍ର ।

publive-image

ଶେଷରେ ପହଣ୍ଡି ସାରି ଶ୍ରୀଜଗନ୍ନାଥ ନନ୍ଦିଘୋଷ ରଥରେ ରଥାରୂଢ଼ ହୋଇଛନ୍ତି । ରଥାରୂଢ଼ ଠାକୁରଙ୍କ ଦର୍ଶନ ପାଇଁ ଭକ୍ତ ମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା । ରଥଯାତ୍ରା ଉପଲକ୍ଷେ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି । ସମସ୍ତେ ଅନେଇ ରହିଛନ୍ତି କେତେବେଳେ ତିନି ଠାକୁରଙ୍କ ରଥଟଣା ଆରମ୍ଭ ହେବ ଓ ରଥାରୂଢ଼ ଠାକୁରଙ୍କୁ ଦର୍ଶନ କରିବାର ସମୟ ଆସିବ ।

publive-image

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe