ଦେଶରେ ଉପରମୁହାଁ କରୋନା ମିଟର । ଗତ ୨୪ ଘଂଟାରେ ସାରା ଦେଶରେ ୯୩ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ : ମୋଟ୍ ଆକ୍ରାନ୍ତ  ୨୪ ଘଂଟାରେ ସାରା ଦେଶରେ ୯୩ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

ଦେଶରେ ଉପରମୁହାଁ କରୋନା ମିଟର । ଗତ ୨୪ ଘଂଟାରେ ସାରା ଦେଶରେ ୯୩ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ : ମୋଟ୍ ଆକ୍ରାନ୍ତ  ୨୪ ଘଂଟାରେ ସାରା ଦେଶରେ ୯୩ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

କନକ ବ୍ୟୁରୋ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ୫୩ ଲକ୍ଷ । ଗତ ୨୪ ଘଂଟାରେ ସାରା ଦେଶରେ ୯୩ ହଜାର ୩୩୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ପହଁଚିଛି ୫୩ ଲକ୍ଷ ୮ ହଜାର ୧୫ରେ । ସେହିପରି ଗତ ୨୪ ଘଂଟାରେ ସାରା ଦେଶରେ ୧ ହଜାର ୨୪୭ ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ ।

ଏହାକୁ ମିଶାଇ ଦେଶରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୮୫ ହଜାର ୬୧୯ରେ ପହଁଚିଛି । ବର୍ତମାନ ଦେଶରେ ଆକ୍ଟିଭ୍ ମାମଲା ୧୦ ଲକ୍ଷ ୧୩ ହଜାର ୯୬୪ ରହିଛି । ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି ୪୨ ଲକ୍ଷ ୮ ହଜାର ୪୩୨ ଜଣ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe