ଦେଶରେ ୭୭ ଛୁଇଁଲାଣି କରୋନା ମୃତକଙ୍କ ସଂଖ୍ୟା । ସେପଟେ ୩ ହଜାର ଟପିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

513

କନକ ବ୍ୟୁରୋ : ଦେଶରେ ବଢିବାରେ ଲାଗିଛି କରୋନା ମୃତ୍ୟୁ ସଂଖ୍ୟା । ବର୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ, ୭୭ ଜଣଙ୍କ ଦେଶରେ ମୃତ ହେଲାଣି । ଏନେଇ ସ୍ୱାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତମାନ ସୁଦ୍ଧା ୩ ହଜାରରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ପ୍ରତିଦିନ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି ।

ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯେ, କରୋନାକୁ ରୋକିବାକୁ ସରକାର ଅନେକ ପଦକ୍ଷେପ ନେଉଥିବା ପରେ ବି ମୃତକଙ୍କ ସଂଖ୍ୟା ବଢିଛି । ତେବେ ଭୂତାଣୁକୁ ରୋକିବାକୁ ହେଲେ ଘରେ ସତର୍କ ରହିବା ସହ ବାହାରକୁ ନବାହାରିବା ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଉଛି । କେବଳ ଦେଶରେ ନୁହେଁ ବରଂ ସାରା ବିଶ୍ୱରେ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।