କନକ ବ୍ୟୁରୋ: ସଜେଇ ହେଉଛି ସମଲେଶ୍ୱରୀ ପୀଠ । ଆସନ୍ତାକାଲି ସମଲେଇ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ପରିକ୍ରମା ପ୍ରକଳ୍ପ ପରେ ଏହା ରାଜ୍ୟ ସରକାରଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ । ପଶ୍ଚିମ ଓଡ଼ିଶାର ଆରାଧ୍ୟ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି । ଭକ୍ତଙ୍କୁ ଦିବ୍ୟ ଅନୁଭବ ଦେବା ପାଇଁ ପ୍ରୟାସ ହୋଇଛି । ବିଶେଷ କରି ମନ୍ଦିର ସୁରକ୍ଷା, ବିକାଶ ଓ ଭକ୍ତଙ୍କ ସୁବିଧାକୁ ଦିଆଯାଇଛି ଗୁରୁତ୍ୱ ।

Advertisment

ସୁନ୍ଦର ଢଙ୍ଗରେ ସଜେଇ ହୋଇଛି ମା’ ସମଲେଶ୍ୱରୀ ମନ୍ଦିର । ରଙ୍ଗ ବେରଙ୍ଗ ଆଲୋକ ମାଳାରେ ସଜେଇ ହୋଇଛି ସମଲେଶ୍ୱରୀ ପୀଠ । ଏହା ପୂର୍ବରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି । ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃ୍ଷ୍ଟିରେ ରଖି ସୁରକ୍ଷାବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ୩୫ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ । ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ୍ ବ୍ୟବସ୍ଥା ମଧ୍ୟ କରାଯାଇଛି । ଲୋକାର୍ପଣ ଦିନ ସନ୍ଧ୍ୟାରେ ସାଂସ୍କୃତିକ ତଥା ଆଧ୍ୟାତ୍ମିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ତେବେ କାଲି ଉଦଘାଟନ ଉତ୍ସବ ପାଇଁ ସକାଳ ୯ଟାରୁ ମଧ୍ୟାନ ୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।